ନବରଙ୍ଗପୁର ଗଲା ଡାକ୍ତରୀ ଟିମ୍‌

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଅଧୀନରେ ଏକ ଡାକ୍ତରୀ ଟିମ୍‌ ଶନିବାର ଭୁବନେଶ୍ୱରରୁ ନବରଙ୍ଗପୁର ଅଭିମୁଖେ ଯାତ୍ରା କରିଛନ୍ତି। ବିଶେଷ ଚିକିତ୍ସା(ସ୍ପେଶିଆଲିଟି) ଏବଂ ଜଟିଳ ଯତ୍ନ(କ୍ରିଟିକାଲ କେୟାର)ର ଆବଶ୍ୟକତା କରୁଥିବା ରୋଗୀଙ୍କୁ ସେମାନେ ଚିକିତ୍ସା କରିବେ। ଏହି ଗସ୍ତ ସମୟରେ ନବରଙ୍ଗପୁରରେ ପ୍ରାୟ ୮୦୦ ରୋଗୀ ଚିକିତ୍ସିତ ହେବାର ଆଶା କରାଯାଉଛି ବୋଲି ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସଚିବ ଶାଲିନୀ ପଣ୍ଡିତ କହିଛନ୍ତି।
ଅପହଞ୍ଚ ଅଞ୍ଚଳର ଲୋକଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୨୧ ଡିସେମ୍ବରରେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା’ର ଉଦ୍‌ଘାଟନ କରିଥିଲେ। ୪ଟି ଜିଲା ଯଥା ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡିରେ ଏହି ସେବା ଯୋଗାଇ ଦିଆଯାଉଛି। ଏହି ୪ଟି ଜିଲାରେ ଲୋକଙ୍କୁ ଗୁଣାତ୍ମକ ଚିକିତ୍ସା ଯୋଗାଇବା କଷ୍ଟକର ହେଉଥିବାରୁ ଓ ଡାକ୍ତରମାନେ ସେଠାରେ ରହିବାକୁ ରାଜି ହେଉ ନାହାନ୍ତି। ତେଣୁ ଏହି ଯୋଜନା ଆରମ୍ଭ କରାଯିବା ଦ୍ବାରା ଗୁଣାତ୍ମକ ଚିକିତ୍ସା ଯୋଗାଇହେଉଛି। ରୋଗୀଙ୍କୁ ସେମାନଙ୍କ ଜିଲା ଚିକିତ୍ସାଳୟରେ ହିଁ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ଚିକିତ୍ସା ଯୋଗାଇ ଦିଆଯାଉଛି। ଏଣିକି ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର, କଟକ ଭଳି ସହରକୁ ଆସିବାକୁ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri