ନବରଙ୍ଗପୁର ଗଲା ଡାକ୍ତରୀ ଟିମ୍‌

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଅଧୀନରେ ଏକ ଡାକ୍ତରୀ ଟିମ୍‌ ଶନିବାର ଭୁବନେଶ୍ୱରରୁ ନବରଙ୍ଗପୁର ଅଭିମୁଖେ ଯାତ୍ରା କରିଛନ୍ତି। ବିଶେଷ ଚିକିତ୍ସା(ସ୍ପେଶିଆଲିଟି) ଏବଂ ଜଟିଳ ଯତ୍ନ(କ୍ରିଟିକାଲ କେୟାର)ର ଆବଶ୍ୟକତା କରୁଥିବା ରୋଗୀଙ୍କୁ ସେମାନେ ଚିକିତ୍ସା କରିବେ। ଏହି ଗସ୍ତ ସମୟରେ ନବରଙ୍ଗପୁରରେ ପ୍ରାୟ ୮୦୦ ରୋଗୀ ଚିକିତ୍ସିତ ହେବାର ଆଶା କରାଯାଉଛି ବୋଲି ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସଚିବ ଶାଲିନୀ ପଣ୍ଡିତ କହିଛନ୍ତି।
ଅପହଞ୍ଚ ଅଞ୍ଚଳର ଲୋକଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୨୧ ଡିସେମ୍ବରରେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା’ର ଉଦ୍‌ଘାଟନ କରିଥିଲେ। ୪ଟି ଜିଲା ଯଥା ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡିରେ ଏହି ସେବା ଯୋଗାଇ ଦିଆଯାଉଛି। ଏହି ୪ଟି ଜିଲାରେ ଲୋକଙ୍କୁ ଗୁଣାତ୍ମକ ଚିକିତ୍ସା ଯୋଗାଇବା କଷ୍ଟକର ହେଉଥିବାରୁ ଓ ଡାକ୍ତରମାନେ ସେଠାରେ ରହିବାକୁ ରାଜି ହେଉ ନାହାନ୍ତି। ତେଣୁ ଏହି ଯୋଜନା ଆରମ୍ଭ କରାଯିବା ଦ୍ବାରା ଗୁଣାତ୍ମକ ଚିକିତ୍ସା ଯୋଗାଇହେଉଛି। ରୋଗୀଙ୍କୁ ସେମାନଙ୍କ ଜିଲା ଚିକିତ୍ସାଳୟରେ ହିଁ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ଚିକିତ୍ସା ଯୋଗାଇ ଦିଆଯାଉଛି। ଏଣିକି ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର, କଟକ ଭଳି ସହରକୁ ଆସିବାକୁ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri