ଏମ୍‌କେସିଜିରେ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ

ବ୍ରହ୍ମପୁର ଅଫିସ, ୨୪/୪: ଏମ୍‌କେସିଜି ମେଡିକାଲରେ ସୋମବାର ଠାରୁ ବ୍ରହ୍ମପୁର ଜିଲାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ୪୦ ବର୍ଷରୁ ଊଦ୍ଧର୍‌ବ ସମସ୍ତ ପୋଲିସ କର୍ମଚାରୀଙ୍କୁ ଫିଟ ରଖିବା ପାଇଁ ଏଭଳି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ସତ୍ୟବ୍ରତ ଭୋଇଙ୍କ ପ୍ରଚେଷ୍ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିପାଇଁ ଏମ୍‌କେସିଜି କର୍ତ୍ତୃପକ୍ଷ ଓ ବ୍ରହ୍ମପୁର ପୋଲିସ ଜିଲା ମଧ୍ୟରେ ଏକ ଚୁକ୍ତିନାମା ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ ୪୦ ବର୍ଷ ବସୟ ଅତିକ୍ରମ କରିସାରିଥିବା ପୋଲିସ କର୍ମଚାରୀଙ୍କ ସଂଖ୍ୟା ପ୍ରାୟ ୫୩୮ ରହିଛି। ଏହି ୫୩୮ଜଣଙ୍କ ମଧ୍ୟରେ କନଷ୍ଟେବଳଙ୍କ ଠାରୁ ଆରମ୍ଭ କରି ଏଏସଆଇ, ଏସଆଇ, ଇନ୍ସପେକ୍ଟର, ଡିଏସପି, ଏସଡିପିଓ, ଅତିରିକ୍ତ ଏସପି ରହିଛନ୍ତି । ଏହି ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଜିଲା ପୋଲିସ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏମକେସିଜି ମେଡିକାଲ ଓ ପୋଲିସ ମଧ୍ୟରେ ହୋଇଥିବା ଚୁକ୍ତି ଅନୁସାରେ ପ୍ରତ୍ୟେକ ଦିନ ୨୦ ଜଣ ପୋଲିସ କର୍ମଚାରୀ ଏମ୍‌କେସିଜି ମେଡିକାଲକୁ ଯାଇ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ସୋମବାର ପ୍ରଥମ ଦିନରେ ୨୫ ଜଣ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ବ୍ରହ୍ମପୁର ଏସପି ଡା.ଶ୍ରବଣା ବିବେକ ଏମ.ଙ୍କ ଠାରୁ ସୂଚନା ମିଳିଛି। ଏହି ସ୍ବାସ୍ଥ୍ୟ ପରୀକ୍ଷା ପ୍ରରୀକ୍ଷା ଏକ ମାସ ଧରି ଚାଲୁ ରହିବ। ପୋଲିସ କର୍ମଚାରୀଙ୍କ ପରୀକ୍ଷା ନିରୀକ୍ଷା ପାଇଁ ଏବମ୍‌କେସିଜି ମେଡିକାଲର ଜଣେ ହସ୍ପିଟାଲ ମ୍ୟାନେଜର ଓ ବ୍ରହ୍ମପୁର ପୋଲିସ ଜିଲାର ଜଣେ ଅଧିକାରୀ ସଂଯୋଜକ ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri