ଏମ୍‌କେସିଜିରେ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ

ବ୍ରହ୍ମପୁର ଅଫିସ, ୨୪/୪: ଏମ୍‌କେସିଜି ମେଡିକାଲରେ ସୋମବାର ଠାରୁ ବ୍ରହ୍ମପୁର ଜିଲାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ୪୦ ବର୍ଷରୁ ଊଦ୍ଧର୍‌ବ ସମସ୍ତ ପୋଲିସ କର୍ମଚାରୀଙ୍କୁ ଫିଟ ରଖିବା ପାଇଁ ଏଭଳି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ସତ୍ୟବ୍ରତ ଭୋଇଙ୍କ ପ୍ରଚେଷ୍ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିପାଇଁ ଏମ୍‌କେସିଜି କର୍ତ୍ତୃପକ୍ଷ ଓ ବ୍ରହ୍ମପୁର ପୋଲିସ ଜିଲା ମଧ୍ୟରେ ଏକ ଚୁକ୍ତିନାମା ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ ୪୦ ବର୍ଷ ବସୟ ଅତିକ୍ରମ କରିସାରିଥିବା ପୋଲିସ କର୍ମଚାରୀଙ୍କ ସଂଖ୍ୟା ପ୍ରାୟ ୫୩୮ ରହିଛି। ଏହି ୫୩୮ଜଣଙ୍କ ମଧ୍ୟରେ କନଷ୍ଟେବଳଙ୍କ ଠାରୁ ଆରମ୍ଭ କରି ଏଏସଆଇ, ଏସଆଇ, ଇନ୍ସପେକ୍ଟର, ଡିଏସପି, ଏସଡିପିଓ, ଅତିରିକ୍ତ ଏସପି ରହିଛନ୍ତି । ଏହି ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଜିଲା ପୋଲିସ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏମକେସିଜି ମେଡିକାଲ ଓ ପୋଲିସ ମଧ୍ୟରେ ହୋଇଥିବା ଚୁକ୍ତି ଅନୁସାରେ ପ୍ରତ୍ୟେକ ଦିନ ୨୦ ଜଣ ପୋଲିସ କର୍ମଚାରୀ ଏମ୍‌କେସିଜି ମେଡିକାଲକୁ ଯାଇ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ସୋମବାର ପ୍ରଥମ ଦିନରେ ୨୫ ଜଣ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ବ୍ରହ୍ମପୁର ଏସପି ଡା.ଶ୍ରବଣା ବିବେକ ଏମ.ଙ୍କ ଠାରୁ ସୂଚନା ମିଳିଛି। ଏହି ସ୍ବାସ୍ଥ୍ୟ ପରୀକ୍ଷା ପ୍ରରୀକ୍ଷା ଏକ ମାସ ଧରି ଚାଲୁ ରହିବ। ପୋଲିସ କର୍ମଚାରୀଙ୍କ ପରୀକ୍ଷା ନିରୀକ୍ଷା ପାଇଁ ଏବମ୍‌କେସିଜି ମେଡିକାଲର ଜଣେ ହସ୍ପିଟାଲ ମ୍ୟାନେଜର ଓ ବ୍ରହ୍ମପୁର ପୋଲିସ ଜିଲାର ଜଣେ ଅଧିକାରୀ ସଂଯୋଜକ ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri