କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଠୁନି ମେଡିକାଲ ଓ୍ବେଷ୍ଟ

ଭୁବନେଶ୍ୱର, ୧୮।୩ (ବନ୍ଦନା ସେଠୀ): ସ୍ମାର୍ଟସିଟିରେ ପରିମଳ ବ୍ୟବସ୍ଥା ବିଗିଡି ଗଲାଣି। ରାସ୍ତାଘାଟରୁ ଆରମ୍ଭ କରି ଗଳିକନ୍ଦି ପର୍ଯ୍ୟନ୍ତ ସବୁଠି ଆବର୍ଜନା ଗଦା ହୋଇ ରହୁଛି। ସ୍ଥିତି ଏପରି ହେଲାଣି ଯେ ମେଡ଼ିକାଲ ପରିସରରୁ ମଧ୍ୟ ଆବର୍ଜନା ହଟୁନାହିଁ। ରାଜ୍ୟର ଅନ୍ୟତମ ପ୍ରମୁଖ ତଥା ଭୁବନେଶ୍ୱରର ମୁଖ୍ୟ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। କାୟାକଳ୍ପ ପୁରସ୍କାର ପାଇଥିବା ଏହି ହସ୍ପିଟାଲ ପରିସର ଶିଶୁ ବିଭାଗ ଆଗରେ ଗତ ୩ଦିନ ହେବ ମେଡିକାଲ ଓ୍ବେଷ୍ଟ୍‌ ଗଦା ହୋଇ ରହିଥିବା ଦେଖିବାକୁ ମିଳୁଛି। ବିଏମ୍‌ସିର ସଫେଇ ଗାଡ଼ି ସେଗୁଡିକୁ ଉଠାଉନାହିଁ। ଏପରିକି ଏନେଇ ବିଏମ୍‌ସିରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଫଳରେ ହସ୍ପିଟାଲ ପରିସର ଦୁର୍ଗନ୍ଧରେ ଫାଟି ପଡୁଛି। ପ୍ରତିଦିନ ଏଠାକୁ ଶହଶହ ରୋଗୀ ଆସୁଥିବାବେଳେ ଏଭଳି ପରିବେଶ ପାଇଁ ସଂକ୍ରମଣ ଆଶଙ୍କା ରହୁଛି। ପୂର୍ବରୁ ମଧ୍ୟ କ୍ୟାପିଟାଲ ହସ୍ପିଟାଲରେ ଏଭଳି ସ୍ଥିତି ଉପୁଜିଥିଲା। ଗୋଟେପଟେ ବିଏମ୍‌ସି ସହରରୁ ଏକ ନମ୍ବର କରିବାକୁ ବିଭିନ୍ନ ପଦକ୍ଷେପ ନେଉଥିବା କହୁଥିବାବେଳେ ହସ୍ପିଟାଲ ପରିସରରୁ ଆବର୍ଜନା ଉଠାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ହସ୍ପିଟାଲ ଭଳି ସମ୍ବେଦନଶୀଳ ଅଞ୍ଚଳରୁ ଅଳିଆ ଉଠା ନ ଯିବା ବିଏମ୍‌ସିର କାର୍ଯ୍ୟଧାରାରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଘଟଣା ନେଇ କ୍ୟାପିଟାଲ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ୍‌ ଧନଞ୍ଜୟ ସାହୁ କହିଛନ୍ତି, ଗତ ୩ଦିନ ହେବ ମେଡିକାଲ ବର୍ଜ୍ୟ ଗଦା ହୋଇରହିଛି। ସେଥିରୁ ଦୁର୍ଗନ୍ଧ ବାହାରିବା ସହ ସଂକ୍ରମଣର ଆଶଙ୍କା ମଧ୍ୟ ରହୁଛି। ଏନେଇ ବିଏମ୍‌ସିରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ଅପରପକ୍ଷେ ସ୍ଥାନୀୟ ଓ୍ବାର୍ଡର ସାନିଟାରୀ ଇନ୍ସପେକ୍ଟର ଅଶୋକ ପଣ୍ଡାଙ୍କୁ ପଚାରିବାରୁ ସେ କହିଛନ୍ତି, ଘର କାମ ଚାଲିଥିବାରୁ ମୁଁ ଘରକୁ ଆସିଛି। ଘଟଣା ସମ୍ପର୍କରେ କିଛି ଜାଣିନାହିଁ। ତେବେ କ୍ୟାପିଟାଲ ହସ୍ପିଟାଲରେ ଏଭଳି ସ୍ଥିତି ଦେଖା ଦେଇଥିବାବେଳେ ଅଭିଯୋଗ ପରେ ମଧ୍ୟ ପଦକ୍ଷେପ ନିଆଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?