ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ ଦୁଇ ଏଏନଏମ। ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ ଓ ଇଞ୍ଚୁଡ଼ି ଏଏନଏମ କବିତା ବେହେରାଙ୍କୁ ନିଲମ୍ବନ କରାଯାଇଛି ବୋଲି ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସର ଡା ରାମଚନ୍ଦ୍ର କିସ୍କୁ ସୂଚନା ଦେଇଛନ୍ତି । କର୍ତ୍ତବ୍ୟରେ ଖିଲାପ ଓ ନିୟମ ଉଲଙ୍ଘନ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସସ୍‌ପେଣ୍ଡ କରାଯାଇଛି।

ସୂଚନା ଯେ,ବାଲେଶର ଜିଲା ରେମୁଣା ବ୍ଲକ ଶ୍ରୀଜଙ୍ଗରସାଳପୁର ରାସ୍ତାର ଶ୍ରୀଜଙ୍ଗ ପ୍ରାଥମିକ ସାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି କିମି ଦୂରରେ ତୁଣ୍ଡରା ରାସ୍ତା ପାର୍ଶ୍ୱରେ ଗତ ୧୧ତାରିଖରେ ସରକାରୀ ଔଷଧ ପଡ଼ିଥିବା ଦେଖିବାକୁ ମିଳିଥିଲା । ଅବଧି ସରି ନଥିବା ଔଷଧ ରାସ୍ତା ପାଖରେ ଅଳିଆ ଗଦାରେ ପଡିଥିଲା । ଗୋଟିଏ କି ୨ ପ୍ୟାକେଟ ନୁହଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ ଏସିଡ ୫୦ ଏମଏଲର ସିରପ ପଡିଥିଲା। ଯାହା ରୋଗୀମାନଙ୍କୁ ମାଗଣା ଦିଆଯିବାର ଥିଲା ।ସେଗୁଡ଼ିକୁ ରାସ୍ତା ପାର୍ଶ୍ୱରେ ଫିଙ୍ଗି ଦିଆଯାଇଥିଲା । ଓଡ଼ିଶା ସରକାରଙ୍କ ଯୋଗାଣ , ବିକ୍ରୟ ପାଇଁ ନୁହଁ ବୋଲି ଲେଖାଥିବା ବେଳେ ସେହି ଔଷଧର ଅବଧି ତାରିଖ ସେପ୍ଟେମ୍ବର ୨୦୨୬ ମଧ୍ୟ ଲେଖା ରହିଥିଲା ॥ କାହିଁକି ଔଷଧ ଫିଙ୍ଗିଦିଆଗଲା ଓ କେଉଁଠୁ ଔଷଧ ଆସିଲା ସେନେଇ ଏକ ମେଡିକାଲ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri