ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ ଦୁଇ ଏଏନଏମ। ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ ଓ ଇଞ୍ଚୁଡ଼ି ଏଏନଏମ କବିତା ବେହେରାଙ୍କୁ ନିଲମ୍ବନ କରାଯାଇଛି ବୋଲି ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସର ଡା ରାମଚନ୍ଦ୍ର କିସ୍କୁ ସୂଚନା ଦେଇଛନ୍ତି । କର୍ତ୍ତବ୍ୟରେ ଖିଲାପ ଓ ନିୟମ ଉଲଙ୍ଘନ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସସ୍‌ପେଣ୍ଡ କରାଯାଇଛି।

ସୂଚନା ଯେ,ବାଲେଶର ଜିଲା ରେମୁଣା ବ୍ଲକ ଶ୍ରୀଜଙ୍ଗରସାଳପୁର ରାସ୍ତାର ଶ୍ରୀଜଙ୍ଗ ପ୍ରାଥମିକ ସାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି କିମି ଦୂରରେ ତୁଣ୍ଡରା ରାସ୍ତା ପାର୍ଶ୍ୱରେ ଗତ ୧୧ତାରିଖରେ ସରକାରୀ ଔଷଧ ପଡ଼ିଥିବା ଦେଖିବାକୁ ମିଳିଥିଲା । ଅବଧି ସରି ନଥିବା ଔଷଧ ରାସ୍ତା ପାଖରେ ଅଳିଆ ଗଦାରେ ପଡିଥିଲା । ଗୋଟିଏ କି ୨ ପ୍ୟାକେଟ ନୁହଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ ଏସିଡ ୫୦ ଏମଏଲର ସିରପ ପଡିଥିଲା। ଯାହା ରୋଗୀମାନଙ୍କୁ ମାଗଣା ଦିଆଯିବାର ଥିଲା ।ସେଗୁଡ଼ିକୁ ରାସ୍ତା ପାର୍ଶ୍ୱରେ ଫିଙ୍ଗି ଦିଆଯାଇଥିଲା । ଓଡ଼ିଶା ସରକାରଙ୍କ ଯୋଗାଣ , ବିକ୍ରୟ ପାଇଁ ନୁହଁ ବୋଲି ଲେଖାଥିବା ବେଳେ ସେହି ଔଷଧର ଅବଧି ତାରିଖ ସେପ୍ଟେମ୍ବର ୨୦୨୬ ମଧ୍ୟ ଲେଖା ରହିଥିଲା ॥ କାହିଁକି ଔଷଧ ଫିଙ୍ଗିଦିଆଗଲା ଓ କେଉଁଠୁ ଔଷଧ ଆସିଲା ସେନେଇ ଏକ ମେଡିକାଲ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?