ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ମାଗଣାରେ ଆଇରନ, ଭିଟାମିନ, କୃମି ନାଶ ବଟିକା ବଣ୍ଟନ କରାଯାଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୬ ହଜାର କିଶୋରୀ ବାଳିକାଙ୍କ ପାଇଁ ଆସିଥିବା ଔଷଧକୁ ସେମାନଙ୍କୁ ବଣ୍ଟନ କରିବା ପରିବର୍ତ୍ତେ କାର୍ଯ୍ୟାଳୟ ସମ୍ମୁଖରେ ପୋଡ଼ି ଦିଆଯାଇଛି। ପ୍ରାୟ ୧୦ ପେଟିରୁ ଅଧିକ ବଟିକା ପୋଡ଼ି ପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। କିଶୋରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବଟିକାକୁ କାର୍ଯ୍ୟାଳୟ କର୍ମଚାରୀମାନେ ସମସ୍ତ ଅଙ୍ଗନୱାଡି କେନ୍ଦ୍ରକୁ ବଣ୍ଟନ ନ କରି କେଉଁ ପରିସ୍ଥିତିରେ ପୋଡ଼ି ଦେଲେ, ତାହାକୁ ନେଇ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏହାର ବିଧିବଦ୍ଧ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ ସିଡିପିଓ କବିତା ମଲିକଙ୍କୁ ପଚାରିବାରେ ତାହା ମିଥ୍ୟା ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ରଘୁରାମ ଆର. ଆୟରଙ୍କୁ ପଚାରିବାରେ ଯଦି ଔଷଧ ପୋଡ଼ି ଦିଆଯାଇଥାଏ ତେବେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri