Posted inଖେଳ

ମୀନା, ଜ୍ୟୋତ୍ସ୍ନାଙ୍କୁ ସ୍ବର୍ଣ୍ଣ, ଝିଲି ରୌପ୍ୟ

ଭୁବନେଶ୍ୱର, ୧୩ା୭(ତପନ ସ୍ବାଇଁ): ଗ୍ରେଟର ନଏଡ଼ାଠାରେ ବୁଧବାର ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ପ୍ରଥମ ଦିବସରେ ଓଡ଼ିଶା ଭାରୋତ୍ତୋଳନ ଏଚ୍‌ପିସି ଆଥଲେଟ୍‌ ଜ୍ୟୋତ୍ସ୍ନା ଶବର ଓ ମୀନା ଶାନ୍ତା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୪୦ କେଜି ୟୁଥ୍‌ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍‌ରେ ୫୨ , କ୍ଲିନ୍‌ ଆଣ୍ଡ ଜର୍କରେ ୬୪ ଏହିପରି ମୋଟ ୧୧୬ କେଜି ଉତ୍ତୋଳନ କରି ପ୍ରଥମସ୍ଥାନ ଅଧିକାର କରିଛନ୍ତି। ମୀନା ୫୫ କେଜି ବର୍ଗରେ ୧୬୦ (୭୩+୮୭) କେଜି ଉତ୍ତୋଳନ କରି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଛତିଶଗଡ଼ର ୨୦ ବର୍ଷୀୟ ଜ୍ଞାନେଶ୍ୱରୀ ଯାଦବ ୪୯ କେଜି ବର୍ଗରେ ୧୭୮ କେଜି ଭାରୋତ୍ତୋଳନ କରି ସ୍ବର୍ଣ୍ଣ ପାଇଛନ୍ତି। ଓଡ଼ିଶାର ଝିଲି ଦଳବେହେରା ପ୍ରଥମ ଦିବସରେ ଅନୁଷ୍ଠିତ ୪୯ କେଜି ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରି ରୌପ୍ୟ ପଦକ ପାଇଛନ୍ତି। ୨୦୧୯ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ପ୍ରକାଶ ଯୋଗ୍ୟ ଯେ, ରାଜ୍ୟଗୋଷ୍ଠୀ କ୍ରୀଡ଼ା ନ ଥିବା ବର୍ଷ ହିଁ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଥାଏ। ଏହାକୁ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଫେଡେରେଶନ ଆୟୋଜନ କରିଥାଏ। ୨୦୨୩ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ୨୦ଟି ଦେଶର ୨୫୦ ଭାରୋତ୍ତୋଳକ ଅଂଶଗ୍ରହଣ କରିଛନ୍ତି। ଏହି ପ୍ରତିଯୋଗିତା ୧୬ ତାରିଖରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri