Posted inଜାତୀୟ

କନ୍ୟା ସନ୍ତାନ ଜନ୍ମ ଦେଲେ ‘ନୀଳ ଡ୍ରମ’ ହତ୍ୟାକାଣ୍ଡ ଅଭିଯୁକ୍ତ ମୁସକାନ

ନୂଆଦିଲ୍ଲୀ,୨୪ା୧୧: ସ୍ୱାମୀ ସୌରଭ ରାଜପୁତଙ୍କୁ ବିଭତ୍ସ ଭାବେ ହତ୍ୟା କରି ତାଙ୍କ ମୃତଦେହକୁ ଏକ ନୀଳ ଡ୍ରମରେ ଲୁଚାଇ ରଖିଥିବା ମାମଲାରେ ମୀରଟ ଜେଲରେ ଥିବା ଅଭିଯୁକ୍ତ ମୁସକାନ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ମେଡିକାଲ କଲେଜ ହସ୍ପିଟାଲରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି ବୋଲି ଜେଲ ଅଧିକାରୀମାନେ ସୂଚନା ଦେଇଛନ୍ତି।

ବରିଷ୍ଠ ଜେଲ ଅଧୀକ୍ଷକ ଡ. ବିରେଶ ରାଜ ଶର୍ମା କହିଛନ୍ତି ଯେ ପ୍ରସବ ଯନ୍ତ୍ରଣା ବଢ଼ିବାରୁ ମୁସକାନଙ୍କୁ ରବିବାର ରାତି ପ୍ରାୟ ୧୧:୩୦ରେ ଲାଲା ଲଜପତ ରାୟ ସ୍ମାରକୀ ମେଡିକାଲ କଲେଜକୁ ଅଣାଯାଇଥିଲା। ପ୍ରସୂତି ବିଭାଗର ମୁଖ୍ୟ ଡ. ଶକୁନ ସିଂହ କହିଛନ୍ତି ଯେ ନବଜାତକର ଓଜନ ୨.୪ କିଲୋଗ୍ରାମ ଏବଂ ଡାକ୍ତରମାନେ ସଫଳତାର ସହ ସ୍ୱାଭାବିକ ପ୍ରସବ କରାଇଛନ୍ତି। ମାଆ ଓ ଶିଶୁ ଉଭୟ ସୁସ୍ଥ ଅଛନ୍ତି।

ଜେଲ ଅଧୀକ୍ଷକ କହିଛନ୍ତି ଯେ ମୁସକାନଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି, କିନ୍ତୁ କେହିବି ଡାକ୍ତରଖାନାକୁ ଆସିନାହାଁନ୍ତି। ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଡାକ୍ତରଖାନାର ମୁଖ୍ୟ ଫାଟକ ଓ ୱାର୍ଡ ଚାରିପଟେ ପୋଲିସ ମୁତୟନ ବୃଦ୍ଧି କରାଯାଇଛି।

ମୀରଟର ଇନ୍ଦିରାନଗର ସ୍ଥିତ ସୌରଭଙ୍କ ଘରେ ମାର୍ଚ୍ଚ ୪ ତାରିଖ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିଲା। ମୁସକାନ ଏବଂ ତାଙ୍କ କଥିତ ପ୍ରେମିକ ସାହିଲ ଶୁକ୍ଳା ନିଶା ଦେଇ ସୌରଭଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ସେମାନେ ସୌରଭଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି, ମୁଣ୍ଡ ଓ ହାତକୁ କାଟି, ସିମେଣ୍ଟ ଭର୍ତ୍ତି ଏକ ନୀଳ ଡ୍ରମରେ ଲୁଚାଇ ଦେଇଥିଲେ। ପୋଲିସର କହିବାନୁଯାୟୀ, ପ୍ରେମ ସମ୍ପର୍କରେ ସୌରଭ ବାଧା ସୃଷ୍ଟି କରୁଥିବାରୁ ଏହି ହତ୍ୟାକାଣ୍ଡ ଘଟିଥିଲା। ମୁସକାନ ଏବଂ ସାହିଲ ମାର୍ଚ୍ଚ ୧୮ ତାରିଖରେ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri