Posted inଜାତୀୟ

ଯୌତୁକରେ ବୁଲେଟ୍‌ ନ ମିଳିବାରୁ ସ୍ତ୍ରୀଙ୍କୁ ଲଣ୍ଡା କରି ସ୍ବାମୀ ଦେଲେ ତିନି ତଲାକ୍‌

ମିରୁଟ,୨୨।୮: ଉତ୍ତର ପ୍ରଦେଶର ମିରୁଟରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକରେ ବୁଲେଟ ନ ମିଳିବାରୁ ସ୍ତ୍ରୀଙ୍କୁ ତିନି ତଲାକ୍‌ ଦେଇଛନ୍ତି ଜଣେ ବ୍ୟକ୍ତି। କେବଳ ଏତିକି ନୁହେଁ, ସ୍ତ୍ରୀଙ୍କୁ ଲଣ୍ଡା କରି ତାଙ୍କୁ ଘରୁ ବିଦା ମଧ୍ୟ କରିଛନ୍ତି। ଏନେଇ ମହିଳା ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ଇତେଫାକନଗର ପୋଲିସ ଷ୍ଟେଶନରେ ମହିଳା ଜଣଙ୍କ କହିଛନ୍ତି, ସେ ଦୁଇ ବର୍ଷ ପୂର୍ବେ ଅଫଜଲପୁର ପାଉଟି ବାସିନ୍ଦା ଅହମ୍ମଦ ଅଲିଙ୍କୁ ବିବାହ କରିଥିଲେ। ବିବାହ ପରେ ବାପ ଘରୁ ବୁଲେଟ୍‌ ଆଣିବାକୁ ଅହମ୍ମଦ ବାରମ୍ବାର ସ୍ତ୍ରୀଙ୍କ ଉପରେ ଚାପ ପକାଉଥିଲେ। ଏହା ପୂରଣ ନ ହେବାରୁ ଗତ ଜୁନ୍‌ ୭ରେ ସ୍ତ୍ରୀଙ୍କୁ ଲଣ୍ଡା କରି ତାଙ୍କ ଘରକୁ ପଠାଇ ଦେଇଥିଲେ। ପଞ୍ଚାୟତ ବସି ମହିଳାଙ୍କୁ ପୁଣି ତାଙ୍କ ଶାଶୁ ଘରକୁ ପଠାଯାଇଥିଲା। ଏହା ପରେ ମଧ୍ୟ ତାଙ୍କୁ ଅକଥନୀୟ ଅତ୍ୟାଚାର ଦିଆଯାଉଥିଲା।
ଗତ ଅଗଷ୍ଟ ୧୪ରେ ଅହମ୍ମଦ ସ୍ତ୍ରୀଙ୍କୁ ତିନ ତଲାକ୍‌ ଦେବା ସହ ତାଙ୍କୁ ଘରୁ ତଡି ଦେଇଥିଲେ। ପରେ ମହିଳା ଜଣଙ୍କ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। କିନ୍ତୁ ପୋଲିସ ମାମଲା ରୁଜୁ କରି ନ ଥିଲା। ପରେ ପୀଡିତା ଏସଏସପିଙ୍କ ନିକଟରେ ଦ୍ୱାରସ୍ଥ ହୋଇଥିଲେ। ପୀଡିତାଙ୍କ ଅଭିଯୋଗ ଉପରେ, କଙ୍କାଖେଡା ପୋଲିସ ଯୌତୁକ ନିର୍ଯାତନା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri