୯୦ ବର୍ଷୀୟା ବୃଦ୍ଧା ନେଲେ ବିଶ୍ୱର ପ୍ରଥମ ଫାଇଜର ଟିକା

ଲଣ୍ଡନ,୮।୧୨- ଜଣେ ୯୦ ବର୍ଷୀୟା ବୃଦ୍ଧା ମାର୍ଗେରେଟ କିନାନ ମଙ୍ଗଳବାର ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଫାଇଜର କୋଭିଡ୍‌-୧୯ ଟିକା ନେଇଛନ୍ତି। ଆସନ୍ତା ସପ୍ତାହରେ ୯୧ ବର୍ଷରେ ପାଦ ଦେବାକୁ ଯାଉଥିବା କିନାନଙ୍କୁ କଭେଣ୍ଟ୍ରିର ଲୋକାଲ ମେଡିକାଲରେ ଟିକା ଦିଆଯାଇଛି। ଫାଇଜର ଓ ବାଇଓଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା ଜନ ସାଧାରଣଙ୍କ ଉପରେ ବ୍ୟବହାର କରିବାରେ ବ୍ରିଟେନ ପ୍ରଥମ ପଶ୍ଚିମ ଦେଶ। ଫଟୋଗ୍ରାଫର ଓ ଟିଭି କ୍ରିଉ ମେମ୍ବରଙ୍କ ସାମ୍ନାରେ କିନାନଙ୍କୁ ଟିକା ଦିଆଯାଇଥିଲା।

ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଫାଇଜର ଟିକା ନେଉଥିବାରୁ ମୁଁ ଗର୍ବିତ। ମୋ ଜନ୍ମଦିନ ପୂର୍ବରୁ ଏହାଠାରୁ ଭଲ ଉପହାର ମୋ ପାଇଁ ଆଉ କ’ଣ ହୋଇଥାନ୍ତା। ମୁଁ ଏବେ ପରିବାର ବର୍ଗ ଓ ବନ୍ଧୁମାନଙ୍କ ସହ ସମୟ ବିତାଇ ପାରିବି ବୋଲି କିନାନ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ୟୁରୋପୀୟ ଦେଶଗୁଡ଼ିକ ମଧ୍ୟରେ ବ୍ରିଟେନ କୋଭିଡ୍‌-୧୯ ଦ୍ୱାରା ସବୁଠୁ ଅଧିକ ପ୍ରଭାବିତ ହୋଇଥିବା ଦେଶ। ଏପର୍ଯ୍ୟନ୍ତ ବ୍ରିଟେନରେ କରୋନା କାରଣରୁ ୬୧ ହଜାର ମୃତ୍ୟୁ ହୋଇଛି। କିନ୍ତୁ ଫାଇଜର ଟିକା ଦେଶର କୋଭିଡ୍‌ ପରିସ୍ଥିତିରେ ସୁଧାର ଆଣିବ ବୋଲି ଆଶା ପ୍ରକଟ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri