ମହାନଦୀ ସହ ବାହୁଦାକୁ ସଂଯୋଗୀକରଣ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୯।୧(ଅଶେଷନାଥ ମିଶ୍ର): ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଆବାହକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ଶୁକ୍ରବାର ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରି ଦକ୍ଷିଣ ଓଡ଼ିଶାର ଜଳସେଚନ ଓ ଶିଳ୍ପ ବିକାଶ ପାଇଁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ମହାନଦୀ-ଋଷିକୂଲ୍ୟା ନଦୀ ସଂଯୋଗୀକରଣ ଯୋଜନାକୁ ବାହୁଦା ନଦୀ ପର୍ଯ୍ୟନ୍ତ ସମ୍ପ୍ରସାରିତ କରି ଜାତୀୟ ଜଳପଥ-୫କୁ ଏହାସହ ଯୋଡ଼ିବା ପାଇଁ ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ମହାନଦୀର ବନ୍ୟା ଜଳକୁ ବିନିଯୋଗ କରିବା ପାଇଁ ସାତକୋଶିଆନିକଟସ୍ଥ ବଡ଼ମୂଳଠାରେ ଏକ ବନ୍ଧ ନିର୍ମାଣ କରାଯାଇ ଦକ୍ଷିଣ ଓଡ଼ିଶାକୁ ଜଳ ଯୋଗାଣ କରିବା। ଏହି ୩୧୭ କି.ମି ପରିବ୍ୟାପ୍ତ କେନାଲ ଦ୍ୱାରା ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲାର ପ୍ରାୟ ୨.୭ ଲକ୍ଷ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିବା ସହ ବ୍ରହ୍ମପୁର ସହରର ପାନୀୟ ଜଳ ସମସ୍ୟା ଦୂର ହୋଇପାରିବ। ଏହି କେନାଲଟି ନୌଚଳାଚଳ ଯୋଗ୍ୟହେବା ସହ ଜାତୀୟ ଜଳପଥ-୫ ସହ ସଂଯୁକ୍ତ ହେଲେ ତାଳଚେର କୋଇଲା ଖଣି ଓ ପାରାଦୀପ ବନ୍ଦର ସହ ଗୋପାଳପୁର ଓ ବାହୁଦା ମୁହାଣରେ ପ୍ରସ୍ତାବିତ ବନ୍ଦର ସହଜରେ ଯୋଡ଼ି ହୋଇପାରିବ। ଏହା ଦ୍ୱାରା ରାଜ୍ୟର ଇକୋନୋମିକ କରିଡରରେ ଥିବା ଶିଳ୍ପ ଗୁଡ଼ିକୁ ଆବଶ୍ୟକ ପରିମାଣର ଜଳ ଯୋଗାଇ ଦିଆଯାଇପାରିବ। ଏହି ପ୍ରକଳ୍ପ ଦ୍ୱାରା ୪୨୨ ମେଗାୱାଟ ବିଦ୍ୟୁତ ଶକ୍ତି ଉତ୍ପାଦନ ହେବା ସହ କେନାଲ ମଧ୍ୟରେ ‘କେଜ ଫିସିଂ’ ମାଧ୍ୟମରେ ମତ୍ସ୍ୟ ଚାଷକରି ପ୍ରକଳ୍ପ ଦ୍ୱାରା ଜମି ହରାଇଥିବା ଚାଷୀମାନଙ୍କୁ ରୋଜଗାର କ୍ଷମ କରାଯାଇପାରିବ। ବିକଶିତ ଭାରତ ଓ ଉତ୍କର୍ଷ ଓଡ଼ିଶା-୨୦୩୬ ର ସ୍ବପ୍ନକୁ ସାକାର କରିବା ପାଇଁ ଏହି ବହୁମୁଖୀ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସ୍ମାରକପତ୍ରରେ ଦର୍ଶାଯାଇଛି। ସ୍ମାରକପତ୍ର ପ୍ରଦାନ ସମୟରେ କେନ୍ଦ୍ର ଶ୍ରମ ନିୟୋଜନ ଶିକ୍ଷା ବୋର୍ଡର ପ୍ରାକ୍ତନ ଅଧ୍ୟକ୍ଷ କେ. ଲକ୍ଷ୍ମଣ ରେଡ୍ଡୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri