Posted inଖେଳ

ଆଇପିଏଲ୍‌ ମ୍ୟାଚ୍‌ରେ ଅମ୍ପାୟରଙ୍କୁ ଦେଖି ଦର୍ଶକ ହେଲେ ଆଶ୍ଚର୍ଯ୍ୟ

ୟୁଏଇରେ ଖେଳାଯାଉଥିବା ଆଇପିଏଲ୍‌ ୨୦୨୦ରେ ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ସୁପର୍‌ ଓଭରରେ ପରାସ୍ତ କରିଛି କୋଲକତା ନାଇଟ୍‌ ରାଇଡର୍ସ। ଏହି ମ୍ୟାଚ୍‌ର ଅମ୍ପାୟର ଥିବା ପଶ୍ଚିମ ପାଠକ ବେଶ୍‌ ଚର୍ଚ୍ଚାରେ ଥିଲେ। ସେ ପଡିଆକୁ ଆସିବା ମାତ୍ରେ ତାଙ୍କୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସୋସିଆଲ ମିଡିଆରେ ପାଠକଙ୍କ ଲମ୍ବା କେଶକୁ ନେଇ ଆଲୋଚନା ଚାଲିଛି। କେହି କେହି ତାଙ୍କ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରେରଣାରେ ସେ କେଶ ରଖିଥିବା କହୁଛନ୍ତି। ୪୩ ବର୍ଷୀୟ ପଶ୍ଚିମ ପାଠକ ୨୦୧୪ରୁ ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌ରେ ଅମ୍ପାୟରିଂ କରିଆସୁଛନ୍ତି। ୨୦୧୨ରେ ସେ ମହିଳା ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ପରିଚାଳନା କରିଥିଲେ। ୨୦୧୫ରେ ପାଠକ ଅମ୍ପାୟରିଂ କରୁଥିବା ସମୟରେ ହେଲ୍‌ମେଟ୍‌ ଲଗାଇ ଚର୍ଚ୍ଚାକୁ ଆସିଥିଲେ। ପ୍ରଥମ ଭାରତୀୟ ଅମ୍ପାୟର ଭାବେ ସେ ଏପରି କରିଥିଲେ। ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫି ମ୍ୟାଚ୍‌ ଅମ୍ପାୟରିଂ କରୁଥିବା ସମୟରେ ସେ ହେଲମେଟ୍‌ ଲଗାଇଥିଲେ। ତାଙ୍କ ସାଥୀ ଅମ୍ପାୟରଙ୍କ ମୁଣ୍ଡରେ ବଲ୍‌ ବାଜିଥିବା ଦେଖି ସେ ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri