ମେଟଲ୍‌ ମିଟ୍‌-୨୦୨୩ର ପ୍ରଥମ ଦିବସ କାର୍ଯ୍ୟକ୍ରମ ଶେଷ, ଫିନାଲେରେ ୧୬ଟିମ୍

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ମେଟଲ ମିଟ୍‌-୨୦୨୩’ ଶନିବାର ଭୁବନେଶ୍ୱରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଯାଇଛି। ୨ଦିନ ଧରି ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ରାଜ୍ୟର ବିଭିନ୍ନ ଜିଲାରେ ଥିବା ମୋଟ୍‌ ୬୯ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଅଂଶଗ୍ରହଣ କରିଥିଲେ। ଜୁନିୟର ବିଭାଗରେ ୪୧ଟିି ଅନୁଷ୍ଠାନ ଓ ସିନିୟର ବିଭାଗରେ ୨୮ରହିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ବିଜୟୀ ବୋଲି କହିଥିଲେ। ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି, ସମସ୍ତଙ୍କୁ ଦେଖି ଖୁସି ଲାଗୁଛି। ସମସ୍ତଙ୍କ ମୁହଁରେ କିଛି ପରିମାଣରେ ଚାପ ଦେଖାଯାଉଛି। ଏହା ଭଲ। ଜୀବନସାରା ଏହା ରହିବା ଉଚିତ ମଧ୍ୟ। ଯାହା ତୁମମାନଙ୍କୁ ଭବିଷ୍ୟତରେ ଭଲ ମଣିଷ କରିବାରେ ସାହାଯ୍ୟ କରିବ। ପ୍ରତିଯୋଗିତାରେ ଯିଏ ବିଜୟୀ ନ ହେବେ, ସେମାନେ ବି ନିଜକୁ ବିଜୟୀ ଭାବିବା ଉଚିତ। ଏହି ପ୍ରତିଯୋଗିତା ଜୀବନରେ ଆଗକୁ ଯିବାରେ ସାହାଯ୍ୟ କରିବ ବୋଲି ଆଶା କରୁଛି। କେବଳ ଏହି କାର୍ଯ୍ୟକ୍ରମ ନୁହେଁ ଜୀବନର ସବୁ ପ୍ରତିଯୋଗିତାରେ ସଫଳ ହୁଅ ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମକୁ କୁଇଜ୍‌ ମାଷ୍ଟର ଅଜୟ ପୁନିଆ ହୋଷ୍ଟ କରିଥିଲେ। କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ଜୁନିୟର ଟିମ୍‌ମାନଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ୩୫ଟି ପ୍ରଶ୍ନର ଉତ୍ତରକୁ ଛାତ୍ରୀଛାତ୍ର ଲିଖିତ ଆକାରରେ ପ୍ରଦାନ କରିଥିଲେ। ଏମାନଙ୍କ ମଧ୍ୟରୁ ୮ଟି ଟିମ୍‌ ଫିନାଲେକୁ ମନୋନୀତ ହୋଇଥିଲେ। ସେହିପରି ଦ୍ୱିତୀୟ ଅଧିବେଶନରେ ସିନିୟର ଟିମ୍‌ଙ୍କ ମଧ୍ୟରୁ ୮ଟିମ୍‌ ଫିନାଲେକୁ ଉତ୍ତୀର୍ଣ୍ଣ ହୋଇଥିଲେ। ଉପସ୍ଥାପିକା ଶୋଭନା ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ଫିନାଲେରେ ୧୬ଟିମ୍‌

ଟପ୍‌ ୮ ଜୁନିୟର ଟିମ୍‌
-ଓଡିଏମ୍‌ ପବ୍ଲିକ୍‌ ସ୍କୁଲ, ଭୁବନେଶ୍ୱର
-ବ୍ଲେସଡ୍‌ ସାକ୍ରାମେଣ୍ଟ ହାଇସ୍କୁଲ, ପୁରୀ
-ଲୟୋଲା ସ୍କୁଲ, ଭୁବନେଶ୍ୱର
-ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
-ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ, ଭୁବନେଶ୍ୱର
-ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗ ନଗର, ଭୁବନେଶ୍ୱର
-ଦିଲ୍ଲୀ ପବ୍ଲିକ ସ୍କୁଲ,ରାଉରକେଲା
-ଡିଏଭି ପବ୍ଲିକ ସ୍କୁଲ, ପୋଖରୀପୁଟ, ଭୁବନେଶ୍ୱର

ଟପ୍‌ ୭ ସିନିୟର୍‌ ଟିମ୍‌
– ଏମ୍ସ, ଭୁବନେଶ୍ୱର
-ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକ
-ଆଇଆଇଟି, ଭୁବନେଶ୍ୱର
-ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍‌, କଟକ
-ଏକ୍ସଆଇଏମ୍‌, ଭୁବନେଶ୍ୱର
-ଏନ୍‌ଆଇଟି, ରାଉରକେଲା
-ଭିମ୍‌ସାର୍‌, ବୁର୍ଲା
-ନାଇଜର, ଜଟଣୀ

ଏହି କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ଓଏମ୍‌ସି, ଇଣ୍ଡିଆନ ଅଏଲ, ନାଲ୍‌କୋ, ଜିନ୍ଦଲ, ଏମ୍‌ସିଏଲ୍‌, ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ, ବେଦାନ୍ତ, ରୁଚି, ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଆଦିତ୍ୟ ବିର୍ଲା, ବାଜିରାଓ ଆଇଏସ୍‌ ଏକାଡେମୀ, ଏସ୍‌ବିଆଇ, ଅପ୍ଟିପ୍ଲସ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?