ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା ମାଟି ଛଡାଇ ନେବାକୁ ଉଦ୍ୟମ ଚାଲିଛି। ଏକର ପିଛା ୧୦କୋଟି ଟଙ୍କା ଦାବି କରିଛନ୍ତି ଗ୍ରାମବାସୀ। କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନା ପୋଷି ଓ ଚେମେଣା ଆର୍‌ଆଇ ସର୍କଲର ୧୨ଟି ମୌଜାରେ ପ୍ରସ୍ତାବିତ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ପ୍ରଥମ ଗ୍ରାମସଭା ଚେମେଣା ପଞ୍ଚାୟତ ଭୃଙ୍ଗରାଜପୋଷି ଗାଁ ପୋଷି ଖମାର ପଡ଼ିଆରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ ହୋଇଛ। ଗାଁରେ ଗ୍ରାମବାସୀଙ୍କ ସଂଖ୍ୟାରୁ ଅଧା ପୋଲିସ ଥିବାରୁ ଲୋକେ ଚୁପ୍‌ଚାପ୍‌ ଥିଲେ।
ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲାପାଳ ତଥା ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ସ୍ଥାନୀୟ ସମିତି ସଭ୍ୟମନୋଜ କୁମାର ମହାନ୍ତ, ପାଟଣା ତହସିଲ ଦାର ଅଶିନୀକୁମାର ନାଏକ, ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଇଡକୋ ଜମି ଅଧିଗ୍ରହଣ ଅଧିକାରୀ ଜୟ କୃଷ୍ଣ ପାତ୍ର ପ୍ରମୁଖ ଯୋଗ ଦେଇ ଥିଲେ। ଆଜିର ଗ୍ରାମ ସଭାରେ ଉକ୍ତ ମୌଜାର ୨୯ ଏକର ୬୧ ଡିସିମିଲ ଜମି ପାଇଁ ଶୁଣାଣି ହୋଇଥିଲା।

ଶତାଧିକ ଗ୍ରାମବାସୀ ଗ୍ରାମସଭାରେ ଯୋଗ ଦେଇଥିବା ବେଳେ ମାତ୍ର ୬ ଜଣ ଗ୍ରାମବାସୀ ମାତ୍ର ନିଜର ଦାବି ଉପସ୍ଥାପନ କରି ମୋହନ ସରକାରଙ୍କ କମ୍ପାନୀପ୍ରୀତିକୁ କଡ଼ା ସମାଲୋଚନା କରି କହିଥିଲେ ଯେ, ଆମ ପାଇଁ ଭୋଟ୍‌ ପାଇ ମୁଖ୍ୟମନ୍ତ୍ରୀ ହୋଇଥିବା ମୋହନ ମାଝୀ ଆମ ସାତ ପୁରୁଷର ଭିଟାମାଟି ଛଡାଇ ନେବାକୁ ଉଦ୍ୟମ କରି ଆମକୁ କନ୍ଦାଉଛନ୍ତି। ଆମର ସମସ୍ତ ଦାବି ପୂରଣ କରିବା ପରେ କମ୍ପାନୀ କଥା ଚିନ୍ତା କରନ୍ତୁ ବୋଲି ମହିଳାମାନେ କୋହଭରା କଣ୍ଠରେ କହିଥିଲେ।

ଲୋକଙ୍କ ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଡେସିମିଲି ପିଛା ୧୦ଲକ୍ଷ ଟଙ୍କା(ଏକର ପ୍ରତି ୧୦କୋଟି) ବିଧବା ବୃଦ୍ଧା, ଦିବ୍ୟାଙ୍ଗଙ୍କ ପାଇଁ ମାସିକ ୩୦ ହଜାର ଭତ୍ତା, ପ୍ରତ୍ୟେକ ୧୮ରୁ ୪୫ବର୍ଷର ବ୍ୟକ୍ତିଙ୍କୁ ସ୍ଥାୟୀ ନିଯୁକ୍ତି, ଜମି ହାରାଉଥିବା ବ୍ୟକ୍ତିଙ୍କ ପିଲାମାନଙ୍କୁ କମ୍ପାନୀ ସ୍କୁଲରେ ମାଗଣା ଶିକ୍ଷାଦାନ ତାଲିମ ଓ କମ୍ପାନୀରେ ନିଯୁକ୍ତି, ଜମି ହରାଉଥିବା ଦିନଠାରୁ ନିଯୁକ୍ତି ପର୍ଯ୍ୟନ୍ତ ମାସକୁ ୩୦ ହଜାର ଲେଖାଏ ମାସିକ ଭରଣପୋଷଣ ପ୍ରଦାନ ଆଦି ୩୩ ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ସ୍ବତନ୍ତ୍ର ଭୂ-ଅର୍ଜନଅଧିକାରୀ ଉପସ୍ଥିତ ଲୋକ ମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ, କାହାରି ଘର ଭାଙ୍ଗିବ ନାହିଁ କେହି ବିସ୍ଥାପିତ ହେବେ ନାହିଁ।
ସମ୍ଭାବ୍ୟ ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ସଭାସ୍ଥଳର ବିଭିନ୍ନ ପ୍ରବେଶ ପଥରେ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଶାନ୍ତିଶୃଙ୍ଖଳା ସହ ଗ୍ରାମ ସଭା ସମ୍ପନ୍ନ ହୋଇଥିବା ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନାହିଁ। ଅତିରିକ୍ତ ୩ ଏସ୍‌ପି, ୪ଏସ୍‌ଡିପିଓ, ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା ଚମ୍ପୁଆ ଏସ୍‌ଡିପିଓ ରଶ୍ମୀରଞ୍ଜନ ସାହୁ, ତୁରୁମୁଙ୍ଗା ଥାନା ଅଧିକାରୀ ଦିପ୍ତୀରଞ୍ଜନ ସାହୁ, ସହକାରୀ ଯନ୍ତ୍ରୀ ସୁସ୍ମିତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri