ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା ମାଟି ଛଡାଇ ନେବାକୁ ଉଦ୍ୟମ ଚାଲିଛି। ଏକର ପିଛା ୧୦କୋଟି ଟଙ୍କା ଦାବି କରିଛନ୍ତି ଗ୍ରାମବାସୀ। କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନା ପୋଷି ଓ ଚେମେଣା ଆର୍‌ଆଇ ସର୍କଲର ୧୨ଟି ମୌଜାରେ ପ୍ରସ୍ତାବିତ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ପ୍ରଥମ ଗ୍ରାମସଭା ଚେମେଣା ପଞ୍ଚାୟତ ଭୃଙ୍ଗରାଜପୋଷି ଗାଁ ପୋଷି ଖମାର ପଡ଼ିଆରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ ହୋଇଛ। ଗାଁରେ ଗ୍ରାମବାସୀଙ୍କ ସଂଖ୍ୟାରୁ ଅଧା ପୋଲିସ ଥିବାରୁ ଲୋକେ ଚୁପ୍‌ଚାପ୍‌ ଥିଲେ।
ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲାପାଳ ତଥା ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ସ୍ଥାନୀୟ ସମିତି ସଭ୍ୟମନୋଜ କୁମାର ମହାନ୍ତ, ପାଟଣା ତହସିଲ ଦାର ଅଶିନୀକୁମାର ନାଏକ, ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଇଡକୋ ଜମି ଅଧିଗ୍ରହଣ ଅଧିକାରୀ ଜୟ କୃଷ୍ଣ ପାତ୍ର ପ୍ରମୁଖ ଯୋଗ ଦେଇ ଥିଲେ। ଆଜିର ଗ୍ରାମ ସଭାରେ ଉକ୍ତ ମୌଜାର ୨୯ ଏକର ୬୧ ଡିସିମିଲ ଜମି ପାଇଁ ଶୁଣାଣି ହୋଇଥିଲା।

ଶତାଧିକ ଗ୍ରାମବାସୀ ଗ୍ରାମସଭାରେ ଯୋଗ ଦେଇଥିବା ବେଳେ ମାତ୍ର ୬ ଜଣ ଗ୍ରାମବାସୀ ମାତ୍ର ନିଜର ଦାବି ଉପସ୍ଥାପନ କରି ମୋହନ ସରକାରଙ୍କ କମ୍ପାନୀପ୍ରୀତିକୁ କଡ଼ା ସମାଲୋଚନା କରି କହିଥିଲେ ଯେ, ଆମ ପାଇଁ ଭୋଟ୍‌ ପାଇ ମୁଖ୍ୟମନ୍ତ୍ରୀ ହୋଇଥିବା ମୋହନ ମାଝୀ ଆମ ସାତ ପୁରୁଷର ଭିଟାମାଟି ଛଡାଇ ନେବାକୁ ଉଦ୍ୟମ କରି ଆମକୁ କନ୍ଦାଉଛନ୍ତି। ଆମର ସମସ୍ତ ଦାବି ପୂରଣ କରିବା ପରେ କମ୍ପାନୀ କଥା ଚିନ୍ତା କରନ୍ତୁ ବୋଲି ମହିଳାମାନେ କୋହଭରା କଣ୍ଠରେ କହିଥିଲେ।

ଲୋକଙ୍କ ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଡେସିମିଲି ପିଛା ୧୦ଲକ୍ଷ ଟଙ୍କା(ଏକର ପ୍ରତି ୧୦କୋଟି) ବିଧବା ବୃଦ୍ଧା, ଦିବ୍ୟାଙ୍ଗଙ୍କ ପାଇଁ ମାସିକ ୩୦ ହଜାର ଭତ୍ତା, ପ୍ରତ୍ୟେକ ୧୮ରୁ ୪୫ବର୍ଷର ବ୍ୟକ୍ତିଙ୍କୁ ସ୍ଥାୟୀ ନିଯୁକ୍ତି, ଜମି ହାରାଉଥିବା ବ୍ୟକ୍ତିଙ୍କ ପିଲାମାନଙ୍କୁ କମ୍ପାନୀ ସ୍କୁଲରେ ମାଗଣା ଶିକ୍ଷାଦାନ ତାଲିମ ଓ କମ୍ପାନୀରେ ନିଯୁକ୍ତି, ଜମି ହରାଉଥିବା ଦିନଠାରୁ ନିଯୁକ୍ତି ପର୍ଯ୍ୟନ୍ତ ମାସକୁ ୩୦ ହଜାର ଲେଖାଏ ମାସିକ ଭରଣପୋଷଣ ପ୍ରଦାନ ଆଦି ୩୩ ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ସ୍ବତନ୍ତ୍ର ଭୂ-ଅର୍ଜନଅଧିକାରୀ ଉପସ୍ଥିତ ଲୋକ ମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ, କାହାରି ଘର ଭାଙ୍ଗିବ ନାହିଁ କେହି ବିସ୍ଥାପିତ ହେବେ ନାହିଁ।
ସମ୍ଭାବ୍ୟ ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ସଭାସ୍ଥଳର ବିଭିନ୍ନ ପ୍ରବେଶ ପଥରେ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଶାନ୍ତିଶୃଙ୍ଖଳା ସହ ଗ୍ରାମ ସଭା ସମ୍ପନ୍ନ ହୋଇଥିବା ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନାହିଁ। ଅତିରିକ୍ତ ୩ ଏସ୍‌ପି, ୪ଏସ୍‌ଡିପିଓ, ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା ଚମ୍ପୁଆ ଏସ୍‌ଡିପିଓ ରଶ୍ମୀରଞ୍ଜନ ସାହୁ, ତୁରୁମୁଙ୍ଗା ଥାନା ଅଧିକାରୀ ଦିପ୍ତୀରଞ୍ଜନ ସାହୁ, ସହକାରୀ ଯନ୍ତ୍ରୀ ସୁସ୍ମିତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?