ବୈଠକ ପରେ ଜାତୀୟ ଦିବସ ପାଳନ କମିଟିର ବଡ଼ ନିଷ୍ପତ୍ତି: ସାଧାରଣତନ୍ତ୍ର ଦିବସରେ ସମ୍ବର୍ଦ୍ଧିତ ହେବେ… 

ଦାରିଙ୍ଗବାଡି, ୧୭।୧(ଅରୁଣ ସାହୁ): ଆସନ୍ତା ୨୬  ସାଧାରଣତନ୍ତ୍ର ଦିବସକୁ ଲୋକାଭିମୁଖୀ କରାଯିବା ସହ ପ୍ରତିବର୍ଷ ଭଳି ବ୍ଲକସ୍ତରରେ  ପାଳନ କରାଯିବାକୁ ଶନିବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ବିଡିଓ ତଥା ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଖେତୀଶ ପ୍ରିୟଦର୍ଶି ସାହୁ ଗତ ବୈଠକର ବିବରଣୀ ପଠନ କରିଥିଲେ। ଏହି ପ୍ରରିପ୍ରେକ୍ଷୀରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯିବା ସହ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବିଡ଼ିଓ କହିଛନ୍ତି। ବିଶେଷ କରି ଏହି କମିଟି ରେ ଏକାଧିକ ଉପ କମିଟି କର୍ମକର୍ତ୍ତା ଓ ଦାୟିତ୍ୱ ବଣ୍ଟନ କରାଯାଇଛି। ଏହି ଦିବସ ପାଳନ ପୁର୍ବରୁ ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ପ୍ରଥମେ ପଞ୍ଚାୟତସ୍ତରରେ କରାଯାଇ ସେମାନଙ୍କ ମଧ୍ୟରେ କୃତି ଛାତ୍ରୀଛାତ୍ରଙ୍କୁ ବ୍ଲକସ୍ତରରେ ଚୟନ କରାଯିବା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଦଳଗତ, ଏକକ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ଆଦି କରାଯିବାକୁ ନିଷ୍ପତ୍ତି ନିଆଯାଇଛି।
ସେହିପରି ସରକାରୀ ଓ ବେସରକାରୀ କାର୍ଯ୍ୟରେ ଭଲ ପ୍ରଦର୍ଶନ କରୁଥିବା କର୍ମଚାରୀ, କୃଷକ, ସ୍ବେଚ୍ଛାସେବୀ, ଡାକ୍ତର, ଅଙ୍ଗନୱାଡି, ଆଶା କର୍ମୀ, ପୋଲିସ, ସ୍ବାସ୍ଥ୍ୟକର୍ମୀ ଭଳି ଅନେକ ବ୍ୟକ୍ତି ବିଶେଷଙ୍କୁ ମଞ୍ଚରେ ସମ୍ମାନିତ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସେହିପରି ବ୍ଲକସ୍ତରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାରୁ ପଡିଆରେ ହଜାର ସଂଖ୍ୟାରେ ଅଞ୍ଚଳବାସୀ ଯୋଗ ଦେବାକୁ ରହିଥିବାରୁ ଟ୍ରାଫିକ ନିୟନ୍ତ୍ରଣ, ସାମାଜିକ ସୁରକ୍ଷା ଓ  ସାମୁହିକ ପ୍ୟାରେଡର ଚୟନ ଆଦି ଦାୟିତ୍ୱ ପୋଲିସ ତଦାରଖ କରିବାକୁ ନିଷ୍ପତ୍ତି ହୋଇଛି।

ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ବୈଠକରେ ପ୍ରସ୍ଥାବ ଦିଆଯାଇଥିଲା ଏଥିରେ ବିଡ଼ିଓ ଏବଂ ତହସିଲଦାର ମିଳିତ ଆଲୋଚନା ପରେ ନିଷ୍ପତି ନିଆଯିବ ବୋଲି ବିଡିଓ କହିଥିଲେ। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ୱାଇଁ, ଆଇଆଇସି ସଂଗ୍ରାମ କେଶରୀ ଜେନା,ଏବିଇଓ ଗୋକୁଳାନନ୍ଦ ନାୟକ ପ୍ରମୁଖ ମଞ୍ଚାସିନ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ବଣିକ ସଙ୍ଘ, ହୋଟେଲ ସଙ୍ଘ, ବରିଷ୍ଠ ନାଗରିକ, ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀଶିକ୍ଷକ  ବ୍ଲକ, ତହସିଲ କାର୍ଯ୍ୟାଳୟର କର୍ମଚାରୀମାନେ ଯୋଗଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri