ନରଓ୍ବେ ରାଷ୍ଟ୍ରଦୂତଙ୍କ ସହ ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୧।୧୨: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ର ୩ୟ ସଂସ୍କରଣର ଶୁଭାରମ୍ଭ ବୁଧବାର ହୋଇଯାଇଛି। ଉକ୍ତ କନ୍‌କ୍ଲେଭରେ ଯୋଗଦେବାକୁ ଆସିଥିବା ନରଓ୍ବେର ରାଷ୍ଟ୍ରଦୂତଙ୍କ ସହ ଓଡ଼ିଶାର ଖଣି ଓ ଇସ୍ପାତ ଏବଂ ପୂର୍ତ୍ତି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କର ଏକ ସୌଜନମୂଳକ ସାକ୍ଷାତ ହୋଇଯାଇଛି। ଏପରିକି ବୁଧବାର ଓଡ଼ିଶା ଖଣି ନିଗମ (ଓଏମ୍‌ସି)ର ସମ୍ମଳିନୀ (ବୋର୍ଡ ରୁମ୍‌) କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମନ୍ତ୍ରୀ ମଲ୍ଲିକ ଭାରତରେ ଅବସ୍ଥାପିତ ନରଓ୍ବେର ରାଷ୍ଟ୍ରଦୂତ ହାନ୍‌ସ ଜାକୋବଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ଆଲୋଚନା ସହ ବିଭିନ୍ନ ବିଷୟରେ ଭାବ ବିନିମୟ ହୋଇଥିବା ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଭାରତରେ ଅବସ୍ଥାପିତ ରୟାଲ ନରଓ୍ବେ ଦୂତାବାସର ୨ୟ ସଚିବ ଜୋହାନ ବେଜରକେମ୍‌ଙ୍କ ସହ ଭାରତ ଏବଂ ରୟାଲ ନରଓ୍ବେର ବାଣିଜି୍ୟକ ପରାମର୍ଶଦାତା କ୍ରିଷ୍ଟ୍ରିଆନ୍‌ ରୋଡ୍ରିଗୋ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ସେହିଭଳି ଓଏମ୍‌ସିର ଅଧ୍ୟକ୍ଷ ଦେଓରଞ୍ଜନ ସିଂ ଉଭୟ ମନ୍ତ୍ରୀ ଓ ନରଓ୍ବେର ପ୍ରତିନିଧି ମଣ୍ଡଳୀଙ୍କୁ ସ୍ବାଗତ କରିବା ସହ ଉକ୍ତ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଏହି ଅବସରରେ ଓଏମ୍‌ସିର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଦୁବାଇ, ମୁମ୍ବାଇ ଓ ବେଙ୍ଗାଲୁରୁଠାରେ ଆୟୋଜିତ ନିବେଶକ ସମ୍ମିଳନୀ ପରେ ବୁଧବାରଠାରୁ ଓଡ଼ିଶାରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ର ୩ୟ ସଂସ୍କରଣ ଆରମ୍ଭ ହୋଇଯାଇଛି। ଉକ୍ତ କନ୍‌କ୍ଲେଭରେ ଦେଶ ବିଦେଶର ଅନେକ ପ୍ରତିଷ୍ଠିତ ଶିଳ୍ପପତି ତଥା ବିଶିଷ୍ଟ ଉଦ୍ୟୋଗପତିମାନଙ୍କ ମଧ୍ୟରେ ନରଓ୍ବେର ରାଷ୍ଟ୍ରଦୂତ ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri