କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ପ୍ରାର୍ଥୀଙ୍କ ବୈଠକ

ନୂଆପଡ଼ା,୨୪ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପରିପ୍ରେକ୍ଷୀରେ ଭାରତର ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତ ୩ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ପ୍ରକାଶ ବିନ୍ଦୁ, ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅତୁଲ ପାଣ୍ଡେ, ଭାରତୀୟ ରାଜସ୍ବ ସେବା ଓ ପୋଲିସ ପର୍ଯ୍ୟବେକ୍ଷକ ବି. ଶଙ୍କର ଜୟସ୍ବାଲ ଶନିବାର ସମସ୍ତ ବିଧାୟକ ପ୍ରାର୍ଥୀଙ୍କ ସହ ଏକ ବୈଠକରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୋଗଦେଇଥିଲେ। ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶ ସମସ୍ତଙ୍କୁ ସ୍ବାଗତକରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପର୍ଯ୍ୟବେକ୍ଷକମାନେ ସମସ୍ତ ଦିଗକୁ ଧ୍ୟାନ ଦେଇ ପ୍ରାର୍ଥୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ। ଆଦର୍ଶ ଆଚରଣ ସଂହିତାର ଗୁରୁତ୍ୱପୂର୍ଣ୍ଣ ଦିଗ, ଖର୍ଚ୍ଚ ରିପୋର୍ଟିଂ ଫର୍ମାଟ, ଦର ତାଲିକା, ଯାନବାହନ, ଶୋଭାଯାତ୍ରା ଏବଂ ସାଧାରଣ ସଭା ପାଇଁ ଅନୁମତି ପ୍ରଦାନ ଉପରେ ଆଲୋଚନା ହୋଇଥିଲା। ସମସ୍ତ ପର୍ଯ୍ୟବେକ୍ଷକ ରାଜନୈତିକ ଦଳ, ପ୍ରାର୍ଥୀ ଓ ମତଦାତାଙ୍କ ପାଇଁ ସ୍ଥାନୀୟ ସର୍କିଟ ହାଉସରେ ଦିନ ୧୧ଟାରୁ ୧୨ଟା ଯାଏ ଉପଲବ୍ଧ ରହି ସେମାନଙ୍କ ଅଭିଯୋଗ ଓ ଅସୁବିଧା ସମାଧାନ କରିବେ ବୋଲି ସୂଚନା ଦିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?