ନୂଆ ଆଇନକୁ ନେଇ ବୈଠକ: ଥାନାଧିକାରୀଙ୍କ ବ୍ୟବହାର ଦେଖି…

ମୋରଡ଼ା,୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପରିସରରେ ଆଜି ଆଇନ ସଚେତନତାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଥାନାଧିକାରୀ ସତ୍ୟନାରାୟଣ ବଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ବୈଠକରେ ପ୍ରଥମେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ସାମ୍ବାଦିକ ନିଜ ନିଜର ପରିଚୟ ପ୍ରଦାନ କରିଥିଲେ। ସାରା ଦେଶରେ ତିନୋଟି ନୂଆ ଆପରାଧିକ ଆଇନ ଆଜିଠାରୁ କାର୍ଯ୍ୟକାରୀ ହୋଇଛି। ବ୍ରିଟିଶ ଅମଳରୁ ଚାଲିଆସୁଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରୀ ଅପରାଧୀ ସଂହିତା(ସିଆରପିସି), ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା,ଭାରତୀୟ ନାଗରିକ ସୁରକ୍ଷା ସଂହିତା,ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହୋଇଥିବା ବେଳେ ଉକ୍ତ ସବୁ ଆଇନ ବାବଦରେ ବିସ୍ତୃତ ଭାବେ ଅବଗତ କରାଇବା ଏବଂ ଜନପ୍ରତିନିଧି, ସାମ୍ବାଦିକମାନେ ଉକ୍ତ ଆଇନଗୁଡ଼ିକ ବାବଦରେ ଲୋକଙ୍କୁ ଅବଗତ କରାଇବାକୁ ନେଇ ଥାନା ଅଧିକାରୀ ଉକ୍ତ ବୈଠକ ଡକାଇଥିଲେ।
ତେବେ ପ୍ରଥମରୁ ସାମ୍ବାଦିକମାନଙ୍କୁ ଥାନା ଅଧିକାରୀ ବଳ ଅଣଦେଖା କରିବା ସହିତ ପଛରେ ବସାଇବାରୁ ଖବର ସଂଗ୍ରହରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା, ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଛି।
ଉକ୍ତ ବୈଠକରେ ଥାନା ଅଧିକାରୀଙ୍କ ସହିତ ସରପଞ୍ଚ ବାଲକ ମାର୍ଣ୍ଡି, ମାଳତୀ ମାର୍ଣ୍ଡି, ରବି ସିଂ, ବାର୍ସା ହେମ୍ବ୍ରମ, ଦାସମାଥ ସୋରେନ, ବିରୁଆ ମୁର୍ମୁ, ମାଇନ ମାର୍ଣ୍ଡି ଏବଂ ବିଜନ ନାଏକ,ସୌରଭ ରଞ୍ଜନ ମହାନ୍ତି, ହିମାଂଶୁ ପାତ୍ର, ଅଞ୍ଜନ ନାଏକ, ସେକ. ମୁସ୍ତାଫା, ଓକିଲ କିଶୋର ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri