କୁମ୍ଭୀର ସଂରକ୍ଷଣ , ମତ୍ସ୍ୟଜୀବୀଙ୍କ ସୁରକ୍ଷାକୁ ନେଇ ବୈଠକ: ଯୋଗ ଦେଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୨।୮: (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଘୋଡାହାଡ ଡ଼୍ୟାମ ଉପରେ ନିର୍ଭରଶୀଳ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବଂ ଡ୍ୟାମରେ ରହୁଥିବା କୁମ୍ଭୀରଙ୍କ ସୁରକ୍ଷାକୁ ନେଇ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବନାଞ୍ଚଳ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇଥିଲେ। ସେହିପରି ବ୍ଲକ ମତ୍ସ୍ୟ ସମ୍ପ୍ରସାରଣ ଅଧିକାରୀ ନିଖିଳ ମହାରଣା , ବନପାଳ ସନ୍ତୋଷ କୁମାର ବିଷୋୟୀରତ୍ନ , ଦିଗପହଣ୍ଡି ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା , ପୂର୍ବତନ ସମବାୟ ସଂଘ ଜିଲା ସଭାପତି ସନାତନ ସଂଗ୍ରାମ ସିଂଙ୍କ ସମେତ ୩୫ ଜଣ ମତ୍ସ୍ୟଜୀବୀ ଉପସ୍ଥିତ ଥିଲେ । ଗତ ପ୍ରାୟ ୨ବର୍ଷ ହେଲା ଆବଶ୍ୟକ ବର୍ଷା ଅଭାବରୁ ଘୋଡାହା ଡ୍ୟାମରେ ଯେଉଁ ପରିମାଣରେ ପାଣି ରହିବା କଥା ବର୍ତ୍ତମାନ ସେହି ପରିମାଣରେ ପାଣିର ଅଭାବ ରହିଛି । ଏପରିକି ଡ୍ୟାମରେ ରହୁଥିବା କୁମ୍ଭୀର ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ପ୍ରାୟ ୨ବର୍ଷ ପୂର୍ବେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନବିଭାଗ ପକ୍ଷରୁ ଡ୍ୟାମରୁ ମାଛ ଧରିବାକୁ ମତ୍ସ୍ୟଜୀବୀ ତଥା ମାଁ ବାଙ୍କେଶ୍ବରୀ ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତିର ସଦସ୍ୟ ମାନଙ୍କୁ ବାରଣ କରାଯାଇଥିଲା। ଯାହାଫଳରେ ମତ୍ସ୍ୟଜୀବୀମାନେ ନିଜର କୌଳିକ ବୃତ୍ତି ହରାଇବା ସହ ସେମାନଙ୍କ ଜୀବନ ଜୀବିକାକୁ ନେଇ ଚିନ୍ତିତ ରହୁଥିଲେ। ତେବେ ଚଳିତ ବର୍ଷ ଘୋଡାହା ଡ୍ୟାମ ଅଞ୍ଚଳରେ ଭଲ ବର୍ଷା ଫଳରେ ଡ୍ୟାମରେ ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି । ଯାହାକୁ ନେଇ ସ୍ଥାନୀୟ ବିଧାୟକ , ବନବିଭାଗ ଏବଂ ମତ୍ସ୍ୟ ସଂପ୍ରସାରଣ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ମତ୍ସ୍ୟଜୀବୀ ମାନଙ୍କୁ ଡ୍ୟାମରୁ ମାଛ ଧରିବାକୁ ଅନୁମତି ଦିଆଯାଇଥିଲେ ମଧ୍ୟ ମତ୍ସ୍ୟଜୀବୀମାନେ ଜାଲ ପକାଉଥିବା ସମୟରେ ଯେପରି କୁମ୍ଭୀରମାନଙ୍କ କ୍ଷତି ନହେବ ସେନେଇ ବିଶେଷ ଧ୍ୟାନ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା । ଏହି ବୈଠକରେ ମତ୍ସ୍ୟଜୀବୀ ସଂଘର ବହୁ ସଂଖ୍ୟକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri