‘୫ ବର୍ଷ ହେଲା ବସିନି ବୈଠକ’

ଭୁବନେଶ୍ବର,୧୦ା୫(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓଡ଼ିଶା ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ। ଏହି ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା। ସେବେଠାରୁ ଜନସାଧାରଣଙ୍କ ଏକ ବଡ଼ ଦାବି ହେଉଛି, ସରକାର ରତ୍ନଭଣ୍ଡାର ଖୋଲନ୍ତୁ ଏବଂ ଭିତରେ ଥିବା ଅଳଙ୍କାର ସୁରକ୍ଷିତ ଅଛି ନା ନାହିଁ ତାହା ସ୍ପଷ୍ଟ କରନ୍ତୁ। ଏବେ ସୂଚନା ଅଧିକାର ଆଇନ ବଳରେ ରତ୍ନଭଣ୍ଡାର ସମ୍ପର୍କରେ ଯେଉଁ ତଥ୍ୟ ଆସିଛି ତାହା ଯେତିକି ଚିନ୍ତାଜନକ ତା’ଠାରୁ ଅଧିକ ଭୟଙ୍କରା ସୂଚନା ଅଧିକାର ଆଇନ ଆଧାରରେ ଆଇନ ବିଭାଗକୁ ପଚରାଯାଇଥିବା ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସରକାର କହୁଛନ୍ତି, ରତ୍ନଭଣ୍ଡାର ଚାବି ହଜିବା ଓ ଖୋଲିବା ନେଇ ଆଇନ ବିଭାଗ ୨୦୧୮ରୁ ଆଜି ପର୍ଯ୍ୟନ୍ତ ସେପରି କୌଣସି ବୈଠକ କରିନାହିଁ। ସରକାର ୫ ବର୍ଷରେ ଗୋଟିଏ ହେଲେ ବୈଠକ ନ କରିପାରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଏହା ଜଗନ୍ନାଥ ବିରୋଧୀ ମାନସିକତାର ପ୍ରତିଫଳନ ବୋଲି ଭାଜପା ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅନିଲ କହିଛନ୍ତି, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୬୦ର ଧାରା ୬ର ଉପଧାରା ୧ ଅନୁସାରେ ରତ୍ନଭଣ୍ଡାରର ଭିତର ଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ହେଉଛନ୍ତି କ୍ଷମତାପ୍ରାପ୍ତ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଆଇନ ବିଭାଗ ଅଧୀନରେ ଆସୁଛି। ଶ୍ରୀମନ୍ଦିର ପରିଚାଳନାର ସବୁକିଛି ପାଇଁ ରାଜ୍ୟ କ୍ୟାବିନେଟ, ବିଧାନସଭା, ନ୍ୟାୟାଳୟ ସବୁଠି ଆଇନ ବିଭାଗ ଉତ୍ତରଦାୟୀ। ରତ୍ନଭଣ୍ଡାର ଚାବି ହଜିବା ଘଟଣା ୨୦୧୮ରୁ ଆଜି ପର୍ଯ୍ୟନ୍ତ ଚର୍ଚ୍ଚାରେ ରହି ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?