ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ ଓ ନେତୃତ୍ୱାଧୀନ ଅଧିବେଶନ ପ୍ରଦର୍ଶିତ ହୋଇଥିଲାବେଳେ ଅତ୍ୟାବଶ୍ୟକ ଉପାଦାନ ନିର୍ମାତାମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ଆଲୁମିନିୟମ ହେଉଛି ଏକ ହାଲୁକା ଧାତୁ, ଯାହା ଗୁଣବତ୍ତା ସହ ଅଧିକ ଶକ୍ତି-ଓଜନ ଅନୁପାତ,ଉତ୍କୃଷ୍ଟ ବୈଦ୍ୟୁତିକ କଣ୍ଡକ୍ଟିଭ, ଉନ୍ନତ କ୍ଷୟ ପ୍ରତିରୋଧ ଓ ଅସୀମ ପୁନଃ ବ୍ୟବହାର ଯୋଗ୍ୟ ପଦାର୍ଥ ଭାବେ କାର୍ଯ୍ୟ କରିଥାଏ। ଏପରିକି ଦ୍ରୁତ ଅଭିବୃଦ୍ଧିଶୀଳ ଅଟୋ ଉଦ୍ୟୋଗ ଲାଗି ଏହାର ଆବଶ୍ୟକତା ରହିଛି। ବିଶେଷକରି ୨୦୩୦-୩୧ ଆର୍ଥିକ ବର୍ଷ ସୁଦ୍ଧା ଏହା ଭାରତ ଜିଡିପିର ପ୍ରାୟ ୩୧% ଯୋଗଦାନ କରିବ ବୋଲି ଆଶା କରାଯାଉଛି।

ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ୍‌ ସ୍ଲାଭେନ୍‌ କହିଛନ୍ତି, ଆମେ ଅଟୋମୋବାଇଲ ଉଦ୍ୟୋଗରେ ଗ୍ରାହକଙ୍କୁ ସୁବିଧାଗୁଡ଼ିକର ଅପୂର୍ବ ମିଶ୍ରଣ ପ୍ରଦାନକରୁ ଓ ବିଶ୍ୱସ୍ତରୀୟ ଜ୍ଞାନକୌଶଳ ସହ କଷ୍ଟୋମାଇଜ୍‌ଡ, ବ୍ୟବସାୟ କରିବାର ସହଜତା ଓ ନିର୍ଭରଯୋଗ୍ୟ ଯୋଗାଣ ଶୃଙ୍ଖଳା ତଥା ସ୍ଥାୟୀ ବ୍ୟବସାୟ ଲାଗି ଅଦ୍ୟମ ପ୍ରତିବଦ୍ଧତା ପ୍ରଦାନ କରିଥାଉ। ଏପରିକି ଯେଉଁ କାରଣରୁ ଆମେ ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ ପାଇଁ ସର୍ବଦା ଆଗରେ ରହିଛୁ।

ସେହିଭଳି ୟୁନୋ ମିଣ୍ଡାର ବିଜ୍‌ନେସ ହେଡ୍‌ ଭି.ପି. ସିଂ କହିଥିଲେ, ବେଦାନ୍ତ ଅଟୋମୋବାଇଲ କ୍ଷେତ୍ରର ବିକାଶ ପାଇଁ କିପରି ପ୍ରସ୍ତୁତ ରହିଛି ସେ ବିଷୟରେ ସେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ଏପରିକି ଆମେ ସମୃଦ୍ଧ ଜ୍ଞାନକୌଶଳ ସହିତ ସମାଧାନର ମାର୍ଗ ପ୍ରସ୍ତୁତ କରିଥାଉ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri