ଦଶହରା, ଗଜ ଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ବୈଠକ: ନିଆଗଲା ବଡ଼ ନିଷ୍ପତ୍ତି, ଏଥର…

ଦାରିଙ୍ଗବାଡି, ୨୨। ୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚଳିତ ଦୁର୍ଗାପୂଜା ଓ ଗଜଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବା ନେଇ ସମ୍ମନ୍ବୟ କମିଟିର ବୈଠକ ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବାଲିଗୁଡା ଏସଡିପିଓ ତଥା ଆଇପିଏସ ରମେନ୍ଦ୍ର ପ୍ରସାଦ ଯୋଗଦେଇଥିବା ବେଳେ ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝୀ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ମଞ୍ଚାସିନ ରହି ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ। ଦାରିଙ୍ଗବାଡି ଚାରି ଛକରେ ପ୍ରତିବର୍ଷ ଏହି ପର୍ବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ମଧ୍ୟ ଏହି ସବୁ ପର୍ବପର୍ବାଣୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କିଭଳି କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେବନାହିଁ ସେ ନେଇ ପ୍ରଶାସନ ଉଭୟ ସମ୍ପ୍ରଦାୟର ବ୍ୟକ୍ତିଙ୍କ ସହ ଆଲୋଚନା କରିଥିଲେ । ତେବେ ଚାରି ଛକ ଜମି ବିବାଦ ଦୀର୍ଘ ଦିନ ହେଲା ଲାଗି ରହିଥିବାରୁ ଏହାର ସମାଧାନ ପାଇଁ ପ୍ରଶାସନ ଦୃଷ୍ଟି ଦେବାକୁ ବୈଠକରେ ଉଠିଥିଲା। ଏନେଇ ଏସଡିପିଓ ରମେନ୍ଦ୍ର ପ୍ରସାଦ ଜିଲାପାଳଙ୍କ ସହ ଆଲୋଚନା କରି ସମାଧାନର ବାଟ ବାହାର କରିବାକୁ ପ୍ରତିଶୃତି ଦେଇଥିଲେ ବୈଠକରେ ଦାରିଙ୍ଗବାଡି ଚର୍ଚ୍ଚର ଫାଦର, ତିଆଡ଼ି ନାୟକ, କୈଳାଶ ଚନ୍ଦ୍ର ଦଣ୍ଡପାଟ, ଭି୍ୟୁତ୍ତମ ଶୋଭାସୁନ୍ଦର, ପ୍ରଭଞ୍ଜନ ନାୟକ,ମନୋଜ ଆଚାର୍ଯ୍ୟଙ୍କ ସମେତ ଅନ୍ୟମାନେ ଯୋଗ ଦେଇଥିଲେ । ସମସ୍ତଙ୍କ ନିଷ୍ପତ୍ତି ପ୍ରକାରେ ଦାରିଙ୍ଗବାଡିରେ ସମସ୍ତେ ଏହି ପର୍ବ ପାଳନ ବେଳେ ଶାନ୍ତି ଶୃଙ୍ଖଳାକୁ ଗୁରୁତ୍ୱ ଦେଇ ଆସିଛନ୍ତି ଭାଇଚାରାର ସହରରେ କୌଣସି ଅପ୍ରିତିକାର ଘଟଣା ଘଟିବ ନାହିଁ ବୋଲି କମିଟି ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri