ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା କରାଯାଉଛି । ତାପମାତ୍ରା ଯେତେ ଅଧିକ ବଢିବ ସେହି ଅନୁପାତରେ ଜଳକଷ୍ଟ ମଧ୍ୟ ବଢିବ। ତେଣୁ ଜଳକଷ୍ଟ ଏବଂ ଗ୍ରୀଷ୍ମ ପ୍ରବାହ କୁ ମୁକାବିଲା କରିବା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବର୍ତ୍ତମାନ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଶନିବାର ଏନେଇ ଉପ ଜିଲାପାଳ ଉମା ଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଉପଖଣ୍ଡର ବିଭିନ୍ନ ସ୍ଥାନରେ ଯୁଦ୍ଧକାଳୀନ ଭିତ୍ତିରେ ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଉପ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖରାପ ହୋଇ ପଡ଼ିରହିଥିବା ନଳକୂପର ତୁରନ୍ତ ମରାମତି, ସମସ୍ତ ବ୍ଲକକୁ ଆବଶ୍ୟକତା ଅନୁସାରେ ଚଳିତମାସ ଶେଷସୁଦ୍ଧା ପାନୀୟ ଜଳବଣ୍ଟନ, ମୋବାଇଲ୍ ଭ୍ୟାନ୍ ଯୋଗାଣ ଓ ଅନ୍ୟାନ୍ୟ ଜଳକ୍ଲିଷ୍ଟ ଅଞ୍ଚଳରେ ପାନୀୟଜଳ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ କହିଥିଲେ । ଟ୍ୟୁବୱେଲ୍‌ଗୁଡ଼ିକୁ ଠିକ୍ କରିବା, ଅଭିଯୋଗ ରେଜିଷ୍ଟର ଠିକ୍ ରଖିବା ଏବଂ ଅଭିଯୋଗ ଆସିଥିବା ଖରାପ ଟ୍ୟୁବୱେଲ୍‌ଗୁଡ଼ିକୁ ୨୪ ଘଣ୍ଟା ଭିତରେ ତୁରନ୍ତ ମରାମତି କରିବା ପାଇଁ ଉପଜିଲାପାଳ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ଯଦି କୌଣସି ଅବହେଳା ହୁଏ ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ।

ଏଥିସହ ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ରୁଢାପଦର ନିକଟରେ ଚାଲିଥିବା ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା ମଧ୍ୟ କରିଥିଲେ। ପ୍ରକଳ୍ପ କାମ କିଭଳି ତ୍ବରାନ୍ବିତ ହେବ ସେନେଇ ବିଭିନ୍ନ ବିଭାଗ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି ଶିଘ୍ର କାମ ଶେଷ କରିବାକୁ ଉପଜିଲ୍ଲାପାଳ ବିଭାଗୀୟ ଅଧିକାରୀ ଓ ଠିକା ସ଼ଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଉପଜିଲାପାଳଙ୍କ ସମେତ ସହାୟକ ଜିଲାପାଳ ରଚିତା ମହାପାତ୍ର, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ମୁନା କାଲୁଣ୍ଡିଆ ଓ ଠିକା ସଂସ୍ଥାର କର୍ମଚାରୀଙ୍କ ସମେତ ଉପଖଣ୍ଡର ଅଧିକାରୀ ମାନେ ତଥା ବିଭିନ୍ନ ବ୍ଲକରୁ ଆସିଥିବା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri