ବସିଲା ବଡ଼ ବୈଠକ: ସୁରକ୍ଷାକୁ ନେଇ…

ବାଲେଶ୍ୱର,୯।୫: ବାଲେଶ୍ୱର ଚାନ୍ଦିପୁରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜିଙ୍କ ସମେତ ଏସ୍‌ପି ଓ ଥାନାଧିକାରୀ ଉପସ୍ଥିତ ଅଛନ୍ତି।  ବତ୍ତର୍ମାନ ସାରା ଦେଶ ପାଇଁ ଏକ ସମ୍ବେଦନଶୀଳ ସମୟ ଚାଲି ଥିବା ବେଳେ ଶତ୍ରୁଙ୍କ ଟାର୍ଗେଟ ମଧ୍ୟରେ ଓଡିଶାର ଚାନ୍ଦିପୁର ମଧ୍ୟ ଥାଇପାରେ  । ଏଠାରେ ପ୍ରତିରକ୍ଷାର ବଡ ବଡ ପ୍ରତିଷ୍ଠାନ ସବୁ ରହିଛି।  ତେଣୁ ଏସବୁର ସୁରକ୍ଷା ପାଇଁ ସୁରକ୍ଷାକୁ କଡାକଡି କରାଯାଇଛି । କେଉଁଭଳି ରଣନୀତି ପ୍ରସ୍ତୁତ କରିବା କଥା ତାହା ନେଇ ଆଲୋଚନା ହେଉଛି।
ତେବେ କେବଳ ଚାନ୍ଦିପୁର ନୁହେଁ ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ  ସ୍ଥାନଗୁଡିକରେ ଏବେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ହୀରାକୁଦ ଡ୍ୟାମ, ପୁରୀକୁ ମଧ୍ୟ ସୂରକ୍ଷାରେ ରଖାଯାଇଛି । ଶ୍ରତୁ ପକ୍ଷରୁ ପ୍ରତିଟି ଆକ୍ରମଣାତ୍ମକ ପଦକ୍ଷେପକୁ  ଯେପରି ପ୍ରତିହତ କରିହେବ ସେଥିପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ସତର୍କ ଅଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ରାଜ୍ୟବାସୀଙ୍କୁ  ଏନେଇ କହିଛନ୍ତି । ମୁଖ୍ୟତଃତ ଓଡିଶାରେ ଯଦିଓ ଆତଙ୍କବାଦ ଆଶଙ୍କା ନାହିଁ କିନ୍ତୁ ଯେହେତୁ ଏଠାରେ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଗୁଡିକ ଅଛି ଏହାକୁ ଆକ୍ରମଣର ଟାର୍ଗେଟରେ ଶତ୍ରୁ ରଖିଥାଇପାରେ ତେଣୁ ଏବେ ଏସବୁ ସ୍ଥାନ ପାଇଁ ସୁରକ୍ଷା ସ୍ତର ସୃଷ୍ଟି କରିବାକୁ ବିଚାର ବିମର୍ଷ ହେଉଛି ।
ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ ରଖାଯାଇଛି।
ଜମ୍ମୁ-କଶ୍ମୀର ପହଲଗାମଠାରେ ଆତଙ୍କୀ ହମଲା ପରେ ଭାରତ-ପାକିସ୍ତାନ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛି। ସମ୍ଭାବ୍ୟ ଯୁଦ୍ଧର ଆଶଙ୍କା ଦେଖାଦେଇଛି। ଅପରେଶନ ସିନ୍ଦୂର ମାଧ୍ୟମରେ ଭାରତ ପ୍ରତିଶୋଧ ନେଇଛି। ଯୁଦ୍ଧ ଭଳି ସ୍ଥିତିରେ ଚାନ୍ଦିପୁର ପ୍ରତିରକ୍ଷା ବିଭାଗର ଡିଆରଡିଓ, ଆଇଟିଆର ଆଦି ପ୍ରତିଷ୍ଠାନ ଥିବାରୁ ଏହା ବେଶ ସମ୍ବେଦନଶୀଳ ଅଞ୍ଚଳ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପୂରା ଚାନ୍ଦିପୁରକୁ ନଜରରେ ରଖିଛନ୍ତି। ଚାନ୍ଦିପୁରରେ କ୍ଷେପଣାସ୍ତ୍ର ଘାଟି ଥିବାରୁ ଏଠାରେ ସର୍ବଦା ଶତ୍ରୁପକ୍ଷର ଭୟ ରହିଥାଏ। ଆଉ ଏଠାକୁ ଟାର୍ଗେଟ ବି କରିଥାନ୍ତି ଶତ୍ରୁପକ୍ଷ। ପରିସ୍ଥିତିର କଡ଼ା ମୁକାବିଲା ପାଇଁ ଶୁକ୍ରବାର ଅପରାହ୍ନରେ ଚାନ୍ଦିପୁର ପିଏକ୍ସଇ କ୍ୟାମ୍ପସ ପରିସରରେ ଏକ ଜରୁରୀକାଳୀନ ବୈଠକ ବସିଛି । ପୂର୍ବାଞ୍ଚଳ ଡିଆଇଜି ବୈଠକ ସମ୍ପର୍କରେ ଡିଆଇଜି ଗୁରୁବାର ରାତିରେ ଆଇଟିଆରର ଡାଇରେକ୍ଟର, ପିଏକ୍ସଇର ଡାଇରେକ୍ଟର, ବାଲେଶ୍ୱର ଜିଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖିଥିଲେ। ବୈଠକରେ ସିକ୍ୟୁରିଟି ଅଫ ଡିଫେନ୍ସ ସମ୍ପର୍କରେ ସବିଶେଷ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri