ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି ।
ରାଜ୍ୟ ସଭା ନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ଏହାରି ଭିତରେ ଗୁରୁବାର ସଂଧ୍ୟାରେ ବିଜେଡିର ପିଏସି ବୈଠକ ବସିଥିଲା । ତେବେ ପ୍ରାର୍ଥୀ କିଏ ହେବ ସେନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ପ୍ରମିଳା ମଲ୍ଲିକ କହିଥିଲେ । ଏହାରି ଭିତରେ ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଯାଉଛି । ଅପରାହ୍ନ ୫ଟାରେ ହେବାକୁ ଥିବା ବୈଠକରେ ସମସ୍ତ ବିଜେଡି ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ତେବେ ଆଗାମୀ ରାଜ୍ୟ ସଭା ନିର୍ବାଚନରେ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବେ ଆଜି ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।
ପ୍ରକାଶଥାଉକି, ରାଜ୍ୟ ସଭା ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

