Posted inଜାତୀୟ

ମିଶନ ୨୪: ହାଇଦ୍ରାବାଦରେ ୧୧ଟି ରାଜ୍ୟର ଭାଜପା ସଭାପତିଙ୍କ ସହ ବୈଠକ

ହାଇଦ୍ରାବାଦ,୯।୭:ଆଗାମୀ ୨୪ନିର୍ବାଚନ ପାଇଁ ଅଣ୍ଟା ଭିଡିଲାଣି ଭାଜପା। ଘନଘନ ବୈଠକ ସହ ଚାଲିଛି ସମରସଜ୍ଜା। ରବିବାର ହାଇଦ୍ରାବାଦର ଭାଜପା ମୁଖ୍ୟାଳୟରେ ୧୧ ଟି ରାଜ୍ୟର ଭାଜପା ସଭାପତିଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଅଧ୍ୟକ୍ଷତା କରିବେ। ବୈଠକରେ ଭାଜପାର ତେଲେଙ୍ଗାନା ସଭାପତିି ଜି କିଶାନ ରେଡ୍ଡୀ, ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ବନ୍ଦିି ସଞ୍ଜୟ କୁମାର ଏବଂ ନିର୍ବାଚନ ପ୍ରଭାରୀ ପ୍ରକାଶ ଜାଭଡେକର ବୈଠକରେ ଉପସ୍ଥିତ ରହିବେ। ଏଥିସହ ଜାତୀୟ ସାଧାରଣ ସମ୍ପାଦକ ତଥା ର୍ନିବାଚନ ପ୍ରଭାରୀ ସୁନୀଲ ବନସାଲ, ସାଧାରଣ ସମ୍ପାଦକ ତଥା ତେଲେଙ୍ଗାନା ପ୍ରଭାରୀ ତରୁଣ ଚୁଧ ଏବଂ ବିବେକ ମେନନ ପରି ଅନ୍ୟାନ୍ୟ ବରିଷ୍ଠ ନେତାମାନେ ଯୋଗଦେବେ।

ଚଳିତ ବର୍ଷ ହେବାକୁ ଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନ ସହ ଆଗାମୀ ଲୋକସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କରାଯିବ। ଦକ୍ଷିଣ ରାଜ୍ୟ ସମେତ ଅନ୍ୟ ୧୧ ଟି ରାଜ୍ୟର ଭାଜପା ସଭାପତିଙ୍କ ସହ ନଡ୍ଡା ସାକ୍ଷାତ କରିବେ। ଏଠାରେ କହି ରଖୁଛୁ, ଦକ୍ଷିଣ ରାଜ୍ୟରେ କ୍ଷମତା ହାସଲ କରିବା ପାଇଁ ଭାଜପା ତେଲେଙ୍ଗାନାକୁ ଗୁରୁତ୍ୱପୂର୍ଣ୍ଣ ମନେ କରୁଛି। ତେଣୁ ହାଇଦ୍ରାବାଦରେ ବୈଠକ କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri