ଅଧାରୁ ଅଟକିଲା ବୈଠକ, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼ ଅଫିସ୍‌,୧୫।୭: ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ସନ୍ଧ୍ୟା ୫ଟାରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ ଉପସ୍ଥିତ ଅଧିକାରୀଙ୍କୁ ତାଗିଦ୍‌ କରିବା ଏବଂ ବୈଠକ ଅଧାରୁ ଅଟକିଯିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। କେବଳ ସେତିକି ନୁହେଁ, ଜିଲାପାଳ ବାନାର୍ଜୀ ବୈଠକରେ ଅନୁପସ୍ଥିତ କର୍ମଚାରୀ ଏବଂ ଠିକ୍‌ ତଥ୍ୟ ଦେଇ ପାରି ନଥିବା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପୁଣି ଆସନ୍ତା ୨୨ତାରିଖ ସନ୍ଧ୍ୟା ୫ଟାରେ ଉକ୍ତ ବୈଠକ ହେବ ବୋଲି ସୂଚନା ଦିଆଯାଇଛି ।

ପ୍ରକାଶ ଯେ, ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଉକ୍ତ ବୈଠକ ଆରମ୍ଭ ହୋଇଥିଲା। ବୈଠକରେ ଜିଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ କୁମାର ମହାରଣାଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ । କିଛି କର୍ମଚାରୀ ବୈଠକକୁ ଆସି ନ ଥିଲେ । ତେବେ ବୈଠକ ଆରମ୍ଭ ହେବା ପରେ ଜିଲାପାଳ ବାନାର୍ଜୀ ଉପସ୍ଥିତ କୃଷି ଅଧିକାରୀଙ୍କୁ କୃଷି ସମ୍ପର୍କୀତ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। କେତେକ ଅଧିକାରୀ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ । ଏପରିକି ଭୁଲ ତଥ୍ୟ ଦେଇଥିବା ଜିଲାପାଳଙ୍କ ନଜରକୁ ଆସିଥିଲା। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ ଅଧିକାରୀ ଠିକ୍‌ ତଥ୍ୟ ଦେଇ ନ ପାରିବା ଏବଂ ଅନେକ ବିଭାଗୀୟ କର୍ମଚାରୀ ଅନୁପସ୍ଥିତ ରହିବା ଜାଣି ଜିଲାପାଳ ବାନାର୍ଜୀ ସମ୍ପୃକ୍ତ ଅଧିକାରୀଙ୍କ ଉପରେ ବର୍ଷିଥିଲେ । ଏହା ସହିତ ସମ୍ପୃକ୍ତ କୃଷି ଅଧିକାରୀ, କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଇ ବୈଠକରୁ ଉଠି ଯାଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri