ମେଟଲ୍‌ ମିଟ୍‌-୨୦୨୩: ଗ୍ରାଣ୍ଡ୍‌ ଫିନାଲେ ଆରମ୍ଭ

ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ ମିଟ୍‌-୨୦୨୩’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଓ ସିନିୟର ବିଭାଗର ମୋଟ୍‌- ୧୬ଟି ଟିମ୍‌ ଭାଗ ନେଇଛନ୍ତି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଛନ୍ତି।

କୁଇଜ ମାଷ୍ଟର ଅଜୟ ପୁନିଆ ପ୍ରଥମ ରାଉଣ୍ଡ ପ୍ରଶ୍ନୋତ୍ତର ଆରମ୍ଭ କରିଥିବା ବେଳେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏବଂ ସମ୍ପାଦକ ତଥାଗତ ସତପଥୀ  ଫାଇନାଲ ପାଇଁ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଟପ୍‌ ୮ ଜୁନିୟର ଟିମ୍‌

ଓଡିଏମ୍‌ ପବ୍ଲିକ୍‌ ସ୍କୁଲ, ଭୁବନେଶ୍ୱର
ବ୍ଲେସ୍‌ଡ ସାକ୍ରାମେଣ୍ଟ ହାଇସ୍କୁଲ, ପୁରୀ
ଲୟୋଲା ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗ ନଗର, ଭୁବନେଶ୍ୱର
ଦିଲ୍ଲୀ ପବ୍ଲିକ ସ୍କୁଲ, ରାଉରକେଲା
ଡିଏଭି ପବ୍ଲିକ ସ୍କୁଲ, ପୋଖରୀପୁଟ, ଭୁବନେଶ୍ୱର

ଟପ୍‌ ୮ ସିନିୟର ଟିମ୍‌

ଏମ୍ସ, ଭୁବନେଶ୍ୱର
ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକ
ଆଇଆଇଟି, ଭୁବନେଶ୍ୱର
ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ, କଟକ
ଏକ୍ସଆଇଏମ୍‌, ଭୁବନେଶ୍ୱର
ଏନ୍‌ଆଇଟି, ରାଉରକେଲା
ଭିମ୍‌ସାର୍‌, ବୁର୍ଲା
ନାଇଜର, ଜଟଣୀ

ଉଭୟ ବିଭାଗର ବିଜେତାଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ଅନୁରୂପ ଭାବେ ପ୍ରଥମ ରନର୍ସ ଅପ୍‌ଙ୍କୁ ୫୦ହଜାର ଓ ଦ୍ୱିତୀୟ ରନର୍ସ ଅପ୍‌ଙ୍କୁ ୨୫ହଜାର ଟଙ୍କାର ଚେକ୍‌ ଦିଆଯିବ। ଗ୍ରାଣ୍ଡ୍‌ ଫିନାଲେର ଲାଇଭ୍‌ ଷ୍ଟ୍ରିମିଂକୁ ‘ଓଡ଼ିଶା ପୋଷ୍ଟ ଲାଇଭ୍‌’ ଏବଂ ‘ମେଟାଲ୍‌ ମିଟ୍‌’ର ୟୁଟ୍ୟୁବ୍‌ ଓ ଫେସ୍‌ବୁକ୍‌ ପେଜ୍‌ରେ ଦେଖିହେବ। ଏହି କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ଓଏମ୍‌ସି , ଇଣ୍ଡିଆନ ଅଏଲ, ନାଲ୍‌କୋ, ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର୍‌, ଏମ୍‌ସିଏଲ୍‌, ପାରାଦୀପ ଫସ୍‌ଫେଟ୍‌ ଲିମିଟେଡ୍‌, ଆର୍ସେଲର୍‌ ମିତ୍ତଲ୍‌ ନିପନ୍‌ ଷ୍ଟିଲ ଇଣ୍ଡିଆ, ବେଦାନ୍ତ, ରୁଚି ଫ୍ରୋଜିଟ୍‌, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଆଦିତ୍ୟ ବିର୍ଲା, ବାଜିରାଓ ଆଇଏଏସ୍‌ ଏକାଡେମୀ, ଏସ୍‌ବିଆଇ ଏବଂ ଆପ୍ଟି ପ୍ଲସ୍‌ ରହିଛନ୍ତି। ସେହିଭଳି କାର୍ଯ୍ୟକ୍ରମର ପାର୍ଟନର୍ସ ଭାବେ ଓମ୍‌ଫେଡ୍‌, ଧରିତ୍ରୀ, ଟିମ୍‌ ଏବଂ ୱିଫି ଇଣ୍ଟରନେଟ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri