ମେଟଲ୍‌ ମିଟ୍‌-୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୩’ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହୋଇଛି। ଏହି ପ୍ରତିଯୋଗିତାର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଇତିମଧ୍ୟରେ ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ ଟିକେଟ୍‌ ପାଇଛନ୍ତି। ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍‌ ଫିନାଲେରେ ପ୍ରବେଶ କରିଛନ୍ତି ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏସ୍‌ସିବି ମେଡିକାଲ କଲେଜ କଟକ, ଏନ୍‌ଏଲ୍‌ୟୁ କଟକ, ଏମ୍ସ ଭୁବନେଶ୍ୱର, ଭିମ୍‌ସାର ବୁର୍ଲା, ନାଇଜର ଖୋର୍ଦ୍ଧା।

ଏହି କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ଓଏମ୍‌ସି, ଇଣ୍ଡିଆନ ଅଏଲ, ନାଲ୍‌କୋ, ଜିନ୍ଦଲ, ଏମ୍‌ସିଏଲ୍‌, ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ, ବେଦାନ୍ତ, ରୁଚି, ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଆଦିତ୍ୟ ବିର୍ଲା, ବାଜିରାଓ ଆଇଏସ୍‌ ଏକାଡେମୀ, ଏସ୍‌ବିଆଇ, ଅପ୍ଟିପ୍ଲସ୍‌ ରହିଛନ୍ତି। କୁଇଜ୍‌ ମାଷ୍ଟର ଅଜୟ ପୁନିଆ ପ୍ରତିଯୋଗୀମାନଙ୍କୁ ପ୍ରଶ୍ନ ପଚାରିଥିବା ବେଳେ ଶୋଭ୍‌ନା ମିଶ୍ର ମଞ୍ଚ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri