ଡ୍ରିମ୍‌ସ ପଲିଟେକ୍‌ନିକର ମେଗା କ୍ୟାମ୍ପସ ଚୟନ

ଭୁବନେଶ୍ୱର,୬।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମସ ଗ୍ରୁପର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକନିକ ପକ୍ଷରୁ ନିକଟରେ ଏକ ମେଗା କ୍ୟାମ୍ପସ ଚୟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କ୍ୟାମ୍ପସ ଚୟନରେ ଡ୍ର୍ରିମ୍‌ସ ପଲିଟେକ୍‌ନିକର ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଶର ବିଭିନ୍ନ ପ୍ରତିଷ୍ଠିତ ଉଦ୍ୟୋଗରେ ନିଯୁକ୍ତି ସୁଯୋଗ ପାଇଛନ୍ତି। ବିଶେଷ କରି ୨୦୨୩ ବ୍ୟାଚ୍‌ ପାଇଁ ଏହି ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ମେକାନିକାଲ, ଇଲେକ୍ଟ୍ରିକାଲ, ସିଭିଲ, କମ୍ପ୍ୟୁଟର ସାଇନ୍ସ ଏବଂ ଇଲେକ୍‌ଟ୍ରୋନିକ୍ସ ଆଣ୍ଡ ଟେଲିକମ୍ୟୁନିକେଶନ ଇଂଜନିୟରିଂ ବିଭାଗର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେବା ସହ କ୍ୟାମ୍ପସ ଚୟନରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହ ଉକ୍ତ ସଫଳତା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ଡ୍ରିମସ ସମୂହର ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ନିର୍ଦ୍ଦେଶକ ପ୍ରଦୀପ୍ତ ଚନ୍ଦ୍ର ରଥ, ନିର୍ଦ୍ଦେଶିକା ଚିନ୍ମୟୀ ରଥ, ପଲିଟେକ୍‌ନିକ ନିର୍ଦ୍ଦେଶକ ଇଂ. ପ୍ରଦୀପ୍ତ ରଂଜନ ମହାନ୍ତି, ଅଧ୍ୟକ୍ଷା ଇଂ. ତପସ୍ବିନୀ ସାହୁ, ସିଡିସିର ନିର୍ଦ୍ଦେଶକ ରମାକାନ୍ତ କାସ୍ତା, ସହ ନିର୍ଦ୍ଦେଶକ ପ୍ରାଧ୍ୟାପକ ଜିତେନ୍ଦୁ ଶତପଥୀ, ପ୍ଲେସମେଣ୍ଟ ଅଧିକାରୀ ବୈଦ୍ୟନାଥ ସାମଲ ପ୍ରମୁଖ ଛାତ୍ରୀଛାତ୍ରଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। କ୍ୟାମ୍ପସ ନିଯୁକ୍ତିଦାତା ଉଦ୍ୟୋଗ ମଧ୍ୟରେ ଟାଟା ପାୱାର, ଉଇଣ୍ଡ ୱାର୍ଲଡ, ଉଇପ୍ରୋ, ଟାଟା ଷ୍ଟିଲ, ଟାଟା କନସଲଟିଂ ଇଞ୍ଜିନିୟର୍ସ, କ୍ୟୁମିନ୍‌ସ ଇଣ୍ଡିଆ, ଏଲ୍‌ ଆଣ୍ଡ ଟି, ରିଜେନ୍‌, ବଜାଜ ଅଟୋ ଓ ଜେଏସ୍‌ପିଏଲ ଭଳି ପ୍ରମୁଖ କମ୍ପାନୀ ସାମିଲ ହୋଇ କୃତୀ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri