କିଛି ସରଳ ପ୍ରଶ୍ନର ଉତ୍ତର ଦେଇ ହୁଅନ୍ତୁ ଲକ୍ଷପତି: ପୁଣି ଆରମ୍ଭ ହେଲା ‘ଦେଖିବା ନିତି ହେବା ଲକ୍ଷପତି‘ ମେଗା ପ୍ରତିଯୋଗିତା, ଜାଣନ୍ତୁ କିପରି ନେବେ ଭାଗ 

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଓଡ଼ିଶାର ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପୁଣିଥରେ ନେଇଆସିଛି ଆପଣଙ୍କ ପାଇଁ ଲକ୍ଷପତି ହେବାର ସୁବର୍ଣ୍ଣ ସୁଯୋଗ । ଜୀ ସାର୍ଥକରେ ପୁଣି ଥରେ ଆରମ୍ଭ ହୋଇଯାଇଛି ମେଗା ପ୍ରତିଯୋଗିତା ଦେଖିବା ନିତି ହେବା ଲକ୍ଷପତି ଯାହା ପୂର୍ବ ଅପେକ୍ଷା ନିଆରା ହୋଇଛି । ଏହି ପ୍ରତିଯୋଗିତା ମାର୍ଚ୍ଚ ୨୨ରୁ ଆରମ୍ଭ ହେବ । ପ୍ରତିଦିନ ସା ୬:୩୦ରୁ ରାତି ୯:୩୦ ମଧ୍ୟରେ ଜୀ ସାର୍ଥକରେ ପ୍ରସାରିତ ହେଉଥିବା ଧାରାବାହିକ ମଧ୍ୟରେ କିଛି ସରଳ ପ୍ରଶ୍ନର ଉତ୍ତର ମିସକଲ ମାଧ୍ୟମରେ ଦେଇ ଆପଣ ହୋଇପାରିବେ ଲକ୍ଷପତି । କାର୍ଯ୍ୟକ୍ରମର ନାଁ ରହିଛି ଦେଖିବା ନିତି ହେବା ଲକ୍ଷପତି। ଯେଉଁଠାରେ ବମ୍ପର ପୁରସ୍କାର ରାଶି ୧ଲକ୍ଷ ଟଙ୍କା ରଖାଯାଇଛି ।
ପ୍ରତିଯୋଗିତାରେ ଭାଗ ନେବା ପାଇଁ ଧାରାବାହିକ ଦେଖୁଥିବା ସମୟରେ ଟିଭି ସ୍କ୍ରିନରେ ଦିଆ ଯାଇଥିବା ନମ୍ବରରେ ମିସଡ୍‌ କଲ କରିବାକୁ ହେବ । ପ୍ରତିଦିନ ସଠିକ ଉତ୍ତର ଦେଇଥିବା ୬ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୧୦୦୦ଟଙ୍କାର ଭାଉଚର ମିଳିବ । ତେବେ ପୁରା ପ୍ରତିଯୋଗିତାର ଜଣେ ମେଗା ବିଜେତାଙ୍କୁ ମିଳିବ ୧ଲକ୍ଷ ଟଙ୍କା ନଗଦ ପୁରସ୍କାର ।
ଜୀ ସାର୍ଥକର ସର୍ବଦା ଦର୍ଶକଙ୍କ ସହିତ ନିଜ ସମ୍ପର୍କ ଯୋ ପାଇଁ ନୂଆ ନୂଆ ପ୍ରୟାସ ଜାରି ରଖିଥାଏ, ସେହିପରି ଦେଖିବା ନିତି ହେବା ଲକ୍ଷପତି ଏକ ମାଧ୍ୟମl ତେଣୁ ଦର୍ଶକମାନେ ଏହି ପ୍ରତିଯୋଗିତାର ସମ୍ପୂର୍ଣ୍ଣ ଲାଭ ଉଠାଇବା ପାଇଁ ଜୀ ସାର୍ଥକର ଚିଫ୍‌ ଚ୍ୟାନେଲ ଅଫିସର ପ୍ରତୀକ ସିଲ ପ୍ରକାଶ କରିଛନ୍ତି । ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri