ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୧୨।୬: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ ଭିତ୍ତିକ କାର୍ଯ୍ୟକ୍ରମ ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁବିଆଇର କେନ୍ଦ୍ରୀୟ କାର୍ଯ୍ୟାଳୟ ମୁମ୍ବାଇର ମୁଖ୍ୟ ମହାପ୍ରବନ୍ଧକ ପ୍ରବୀଣ ଶର୍ମା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁବିଆଇ ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ମୁଖ୍ୟ ସର୍ଭେଶ ରଞ୍ଜନ, ଉପ-ଅଞ୍ଚଳ ମୁଖ୍ୟ ଆର.ଦେବରାଜ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକଙ୍କ ସମେତ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ, ଏଲ୍‌ସିବି ଭୁବନେଶ୍ୱର, ଏମ୍‌ସିବି ଭୁବନେଶ୍ୱର, ଏମ୍‌ଏଲ୍‌ପି ଭୁବନେଶ୍ୱର, ଆର୍‌ଏଲ୍‌ପି ଭୁବନେଶ୍ୱରର ବହୁ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଶାଖାର ଗ୍ରାହକମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ବିଭିନ୍ନ ଯୋଜନା ଜରିଆରେ ୧୧୦ରୁ ଅଧିକ ଗ୍ରାହକଙ୍କୁ ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଶର୍ମା ବ୍ୟାଙ୍କରେ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ଗ୍ରାହକମାନଙ୍କ ସହ ବିସ୍ତୃତ ଆଲୋଚନା କରିବା ସହିତ ବ୍ୟାଙ୍କିଙ୍ଗ୍‌ ସେବାକୁ ଅଧିକ ପ୍ରଭାବଶାଳୀ କରିବାକୁ ସେ ଗ୍ରାହକମାନଙ୍କୁ ନିଜର ମତାମତ ପ୍ରଦାନ କରିବାକୁ କହିଥିଲେ। ଉଲ୍ଲେଖଯୋଗ୍ୟ, ଶର୍ମାଙ୍କ ଗସ୍ତ ଅବସରରେ ବ୍ୟାଙ୍କ ପକ୍ଷରୁ ଏକ ସ୍ବାସ୍ଥ୍ୟ ଏବଂ ଚକ୍ଷୁ ପରୀକ୍ଷା ଶିବିର ଉତ୍କଳ ହସ୍ପିଟାଲ ସହଯୋଗରେ ଆୟୋଜିତ ହୋଇଥିଲା। ସେହିଭଳି ୟୁବିଆଇ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ଏକ ବିକାଶନ୍ମୁଖୀ ଜିଲା ରୂପେ ଚୟନ କରାଯାଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?