ମେଗା ପାନୀୟ ଜଳ ପ୍ରକଳ୍ପ, ବୃଦ୍ଧି ପାଉଛି ସମସ୍ୟା

ନାଉଗାଁ,୧ା୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତ ଦେଇ ପ୍ରବାହିତ ଦେବୀ ନଦୀର ତୁମ୍ବେଶ୍ୱରଠାରେ ନିର୍ମାଣ କରାଯାଉଛି ମେଗା ପାନୀୟ ଜଳ ପ୍ରକଳ୍ପ। ଏହି ପ୍ରକଳ୍ପ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ପ୍ରକଳ୍ପ ନିର୍ମାଣ କରୁଥିବା ଠିକାସଂସ୍ଥାର ମନମୁଖି କାର୍ଯ୍ୟ ଯୋଗୁ ସ୍ଥାନୀୟ ଜନସାଧରାଣ ଅସୁବିଧାରେ ସମ୍ମୁଖିନ ହେଉଛନ୍ତି। ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ଜଳ ପରିମଳ ବିଭାଗ ତଦାରଖରେ ରହିଛି। କିନ୍ତୁ ଠିକା ସଂସ୍ଥା ସ୍ଥାନୀୟ ଲୋକଙ୍କ ସମସ୍ୟା ପ୍ରତି ଗୁରୁତ୍ୱ ନ ଦେଇ ମନଇଚ୍ଛା କାର୍ଯ୍ୟ କରୁଥିବା ଜଣାଯାଇଛି। ଏହି ପ୍ରକଳ୍ପରୁ ମଧୁର ପାନୀୟ ଜଳ ବାଲିକୁଦା-ଏରସମା ବ୍ଲକକୁ ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି। ପାନୀୟ ଜଳ ପ୍ରଦାନ ପାଇଁ ବିଭିନ୍ନ ରାସ୍ତା ପାର୍ଶ୍ୱ ଖୋଳାଯାଇ ପାଇପ ବିଚ୍ଛା ଯାଉଛି। ବ୍ଲକର ଅଲଣାହାଟ-କୁଣ୍ଡେଶ୍ୱରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାକୁ ବର୍ତ୍ତମାନ ଖୋଳା ଯାଇ ପାଇପ ପକାଯାଉଛି। ରାସ୍ତା ଖୋଳିବା ସମୟରେ ପୂର୍ତ୍ତ ବିଭାଗର କୌଣସି ଅନୁମତି କିମ୍ବା ଅବଗତ କରାଇ ନ ଥିବା ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଧାକାନ୍ତ ଭୂୟଁା ପ୍ରକାଶ କରିଛନ୍ତି। ରସ୍ତା ପାର୍ଶ୍ୱ ଖୋଳିବା ଦ୍ୱାରା ରାସ୍ତାରେ ମାଟି ଜମି ରହିଛି। ଫଳରେ କୌଣସି ଯାନବାହାନ ଉକ୍ତ ରାସ୍ତା ଦେଇ ଯାଇ ପାରୁନାହିଁ। ମଝିରେ ମଝିରେ ବର୍ଷା ଯୋଗୁ ଉକ୍ତ ମାଟି ଭିଜି ରାସ୍ତାରେ କାଦୁଅ ଜମା ହେଉଛି। ମାଟି ପଡି ରହିବା ଦ୍ୱାରା ରାତିରେ ଆସୁଥିବା ଗାଡିଗୁଡିକ ଦୁର୍ଘଟଣାଗ୍ରସ୍ତ ହେଉଥିବା ଅଭିଯୋଗ ହେଉଛି। ଏପରି କି ରାସ୍ତାରେ କାଦୁଅ ଯୋଗୁ ଗାଡି ନ ଚାଲିବାରୁ ସ୍ଥାନୀୟ ଲୋକ ଗାଡିକୁ ପେଲି ପେଲି ନେଉଥିବା ଦେଖିବାକୁ ମିଳୁଛି। ଠିକା ସଂସ୍ଥା ପକ୍ଷରୁ ବାରମ୍ବାର ରାସ୍ତା ଖୋଳିବା ଦ୍ୱାରା ସ୍ଥାନୀୟ ଜନସାଧରାଣଙ୍କର ସମସ୍ୟା ବଢିବାରେ ଲାଗିଛି। ଏହି ରାସ୍ତାଟି ନାଉଗାଁ ବ୍ଲକରୁ ବାଲିକୁଦା ବ୍ଲକକୁ ସଂଯୋଗ କରୁଛି। ତେଣୁ ଏହି ୨ ବ୍ଲକ ବ୍ୟତୀତ ଅନ୍ୟ ଲୋକମାନେ ମଧ୍ୟ ବିଭିନ୍ନ କାର୍ଯ୍ୟ ପାଇଁ ଏହି ରାସ୍ତା ଦେଇ ଯିବା ଆସିବା କରିଥାନ୍ତି। ତେଣୁ ଜନସାଧାରଣ ଙ୍କ ସ୍ବାର୍ଥ ଦୃଷ୍ଟିରୁ ଯଥାଶୀଘ୍ର ଏହି ରାସ୍ତା ଉପରୁ ମାଟି ସଫା କରିବାକୁ ସ୍ଥାନୀୟ ଜନସାଧାରଣ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜଳ ପରିମଳ ବିଭାଗର ଯନ୍ତୀ ରଶ୍ମି ରଞ୍ଜନ ଦାସଙ୍କୁ ପଚାରିବାରେ ପୂର୍ତ୍ତ ବିଭାଗକୁ ଅବଗତ କରି ରାସ୍ତା ଖୋଳାଯାଇଛି। ଯଥାଶୀଘ୍ର ରାସ୍ତା ସଫା କରିବାର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri