ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍‌ ଲାଇନ୍‌ ପୋତାରୁ ରାସ୍ତା ଶୋଚନୀୟ

କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତାକଡ଼ରେ ଗାତ ଖୋଳି ପାଇପ୍‌ ଲାଇନ୍‌ ବିଛାଇବା କାର୍ଯ୍ୟ କରୁଥିବାରୁ ବର୍ଷାଦିନରେ ରାସ୍ତାରେ ମାଟି ପଡ଼ି କାଦୁଅ ହେବା ସହ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ। କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ କାଦୋପଦର ଛକରୁ ନୂଆଗୁଡ଼ାକୁ ଯାଇଥିବା ରାସ୍ତାରେ ଏବେ ପାଇପ୍‌ ପୋତା କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ କାଦୁଅ ରାସ୍ତାରେ ପଡ଼ିରହିବାରୁ ଲୋକଙ୍କ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଦେଖାଦେଇଛି। ବର୍ତ୍ତମାନ ଚାଷ ସମୟ ହୋଇଥିବା ବେଳେ ଏହି ରାସ୍ତା ଦେଇ ଚାଷୀ ସାର ବିହନ ନେବା ପାଇଁ ନିର୍ଭର କରିଥାନ୍ତି। ପୁଣି କୋକସରା ବ୍ଲକ ସଦର ମହକୁମାକୁ ଯିବାପାଇଁ ଏହି ରାସ୍ତା ଦେଇ ନୂଆଗୁଡ଼ା, କାଦୋପଦର, ଚିଲଡ଼ଙ୍ଗରି, ଫୁପଗାଁ, କାଶୀବାହାଲ ଅଞ୍ଚଳର ଜନସାଧାରଣ ପ୍ରତିଦିନ ନିର୍ଭରଶୀଳ ରହୁଥିବା ବେଳେ ରାସ୍ତାରେ କାଦୁଅ ହୋଇଥିବା କାରଣରୁ ଅନେକ ହଇରାଣ ହେବାକୁ ପଡୁଥିବା ନେଇ ଅଭିଯୋଗ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ। ଠିକାସଂସ୍ଥା ଏ ଦିଗରେ ଯତ୍ନବାନ ହୋଇ ରାସ୍ତାକଡ଼ ଛାଡ଼ି ପାଇପ୍‌ ଲାଇନ୍‌ ବିଛାଇବା ଓ ଖୋଳୁଥିବା ଗାତକୁ ଭଲ ଭାବରେ ସମତୁଲ କରିବା ପାଇଁ ଲୋକେ ଦାବି କରିଛନ୍ତି।

ଏ ସମ୍ପର୍କରେ କୋକସରା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କନିଷ୍ଠଯନ୍ତ୍ରୀ ଫନୀନ୍ଦ୍ର ଆର୍କାଙ୍କୁ ପଚାରିବାରୁ ଏହା ଆମ ବିଭାଗ ଅଧୀନରେ ଥିଲେ ମଧ୍ୟ ଏକ ପ୍ରାଇଭେଟ୍‌ କମ୍ପାନୀ କାର୍ଯ୍ୟ ସମ୍ପାଦନ କରୁଛି, ଠିକାସଂସ୍ଥାକୁ କହି ରାସ୍ତା ମରାମତି କରିବା ସହ ଯେମିତି ରାସ୍ତା ପାଇଁ ଲୋକେ ହଇରାଣ ନ ହେବେ ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri