ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା ପାଣି ଯୋଗାଣ ପାଇଁ ସରକାରୀ ଓ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରକଳ୍ପ ପାଇଁ ଓଭରହେଡ୍‌ ଟାଙ୍କି ନିର୍ମାଣକୁ ୩ ବର୍ଷ ବିତିଯାଇ ଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇପାରିନାହିଁ। ଅପରପକ୍ଷେ ଉକ୍ତ ଟାଙ୍କି ନିର୍ମାଣ ପାଇଁ କୁଆଡେ ୨ ଜଣ ଠିକାଦାର ବଦଳି ଥିବା ଗ୍ରାମବାସୀ କହିଛନ୍ତି। ଏହି ପ୍ରକଳ୍ପ ନିର୍ମାଣ କାମ ମନ୍ଥର ଗତିରେ ଚାଲିଥିବା ଓ ଅନିୟମିତତା ହେବା ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୫ ୱାର୍ଡ ବିଶିଷ୍ଟ ବଡଟୀକା ଗ୍ରାମର ଜନସଂଖ୍ୟା ୩ ହଜାରରୁ ଊର୍ଦ୍ଧ୍ୱ ହେବ। ଜିଲା ପ୍ରଶାସନ ଓ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ରାମକୁ ପାଇପ ଜଳ ଯୋଗାଣ ପାଇଁ ବହୁ ଉଦ୍ୟମ ହୋଇଛି। କିନ୍ତୁ ପ୍ରକଳ୍ପଗୁଡିକ ଠିକ ଭାବେ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ବର୍ଷତମାମ ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଥିବା ବେଳେ ଖରାଦିନରେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଥାଏ। ଏହି ସମସ୍ୟା ଦୂର ପାଇଁ ମେଗା ପ୍ରକଳ୍ପ ଜରିଆରେ ହରଘର ନଳ ଯୋଜନାରେ ବଡଟୀକାକୁ ପାନୀୟ ଜଳ ଯୋଗାଣ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ବଡଟୀକା-ଲରମ୍ଭାମୁଣ୍ଡା ରାସ୍ତାର ବସଷ୍ଟାଣ୍ଡ ପଛପଟେ ଓଭରହେଡ ଟାଙ୍କି ନିର୍ମାଣ କରାଯାଉଛି।
ଗ୍ରାମବାସୀଙ୍କ ସୂଚନା ଅନୁଯାୟୀ, ପ୍ରଥମେ କାମ ପାଇଥିବା ଠିକାଦାର ଅବହେଳା କରିବା ପରେ ଅନ୍ୟ ଜଣେ ଠିକାଦାର ଟାଙ୍କି କାମ କରୁଛନ୍ତି। ପ୍ରକଳ୍ପ ତଥା ଟାଙ୍କି କାମରେ ବ୍ୟାପକ ଅନିୟମିତତା କରାଯାଉଛି। ଅପରପକ୍ଷେ ଘରକୁ ଘର ପାଇପ ସଂଯୋଗ ଓ ଗାଁରେ ପାଇପ ଲାଇନ ବିଛା କାମ ଅଦ୍ୟାବଧି ସରିନାହିଁ। ଏବେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଯାଇଥିବାରୁ ଗାଁରେ ଜଳ ସଙ୍କଟ ଦେଖାଦେଲାଣି। ଗାଁର ଦୁଇ ମୁଣ୍ଡରେ ଥିବା ୨ଟି ନଳକୂପ ଗ୍ରାମବାସୀଙ୍କ ସାହା ଭରସା ସାଜିଛି। ବିଶେଷ କରି ୨୦୦୩ରେ ପୋଖରୀ ନିକଟରେ ଖୋଳା ଯାଇଥିବା ନଳକୂପ ହିଁ ସହାୟକ ହେଉଛି ବୋଲି ଗ୍ରାମବାସୀ କହିଛନ୍ତି। ମେଗା ପ୍ରକଳ୍ପ କାମକୁ ତ୍ୱରାନ୍ବିତ କରି ଜଳ ଯୋଗାଣ ଦିଗରେ ପଦକ୍ଷେପ ନେବାକୁ ଗ୍ରାମବାସୀ ଜିଲା ପ୍ରଶାସନକୁ ନିବେଦନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?