ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଧପନ୍ତରିଆ, ଗ୍ରାମବାସୀଙ୍କ ମଧ୍ୟରେ ତେଜୁଛି ଅସନ୍ତୋଷ

ବୁଗୁଡ଼ା,୧୪।୧୦(କାଳିଚରଣଦାଶ): ବୁଗୁଡ଼ା ବ୍ଲକର ଗୋଲିଆ ଗ୍ରାମରେ ଏବେ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ଏଲ ଏଣ୍ଡ ଟି ଠିକା ସଂସ୍ଥା ଦାରା ଏହି ପ୍ରକଳ୍ପ କାର୍ଯ୍ୟ ଅବ୍ୟବସ୍ଥିତ ଢଙ୍ଗରେ ଚାଲିଥିବା ନେଇ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଛି । ତିନି ମାସ ହେଲା ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା ବେଳେ ଏବେ ଏକ ମାସ ହେବ ଗୋଲିଆ ଗ୍ରାମର ଗଳି ସାହି ରାସ୍ତା ମଝିରେ ପାଇପ ବିଛାଇ ଥିବାରୁ ଲୋକେ ଯାତାୟାତରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥି ସହ ଅନ୍ଧକାର ରାତିରେ ବିଛା ଯାଇଥିବା ପାଇପରେ ଛନ୍ଦି ହୋଇ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି। ସେହିପରି ଗୋଲିଆ ଗ୍ରାମର ତେଲୁଗୁ ସାହିରେ ପାନୀୟ ଜଳ ଯୋଗାଣ ପାଇପ ବିଛାଇବା ପାଇଁ ରାସ୍ତାକୁ ଖୋଳାଖୋଳି ଯୋଗୁ ତାହାର ଅବସ୍ଥା ଶୋଚନୀୟ ହୋଇପଡିଛି। ପୂର୍ବରୁ ପଡିଥିବା ପାଇପ ଗୁଡିକୁ ଖୋଳାଖୋଳି ସମୟରେ ଫଟାଇ ଦେଇଥିବାରୁ ରାସ୍ତାରେ ପାଣି ଭାସୁଛି। ଅନ୍ୟପକ୍ଷରେ ତେଲୁଗୁ ସାହିରେ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଶ୍ୟାମାକାଳୀଙ୍କ ପୂଜା ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ସାହିର ଦୂରାବସ୍ଥା ଯୋଗୁ ପୂଜା କମିଟିକୁ ଚିନ୍ତା ଘାରିଛି। ଠିକା ସଂସ୍ଥା କାମ ଅଧପନ୍ତରିଆ କରି ବନ୍ଦ କରିଦେଇଥିବାରୁ କ’ଣ କଲେ ଏବଂ କାହାକୁ କହିଲେ ଏହି ସ୍ଯଯଯାର ସମାଧାନ ହେବ ସେନେଇ ଲୋକଙ୍କୁ ବୁଦ୍ଧିବାଟ ଦିଶୁନି। ଶ୍ୟାମା କାଳୀଙ୍କ ପୂଜା ଦିନ ପାଖେଇ ଆସୁଥିବାରୁ ମଣ୍ଡପ ପ୍ରସ୍ତୁତି ପାଇଁ ରାସ୍ତା ମରାମତି ନିଜ ଖର୍ଚ୍ଚରେ କରିବାକୁ କମିଟି ଅଣ୍ଟା ଭିଡ଼ିଥିବା ଜଣାଯାଇଛି। ତେବେ ଅହେତୁକ ବିଳମ୍ବ ନକରି ଯଥାଶୀଘ୍ର ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲୋକେ ଦାବି କରୁଥିବା ବେଳେ ଆରଡବ୍ଲୁଏସଏସ ବିଭାଗୀୟ ଯନ୍ତ୍ରୀ ରାମା ରାଓ ତୁରନ୍ତ ଏହି ସମସ୍ୟାର ପ୍ରତିକାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri