କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଅନ୍ୟପଟେ ଭାରତୀୟ କର୍ପୋରେଟ ଜଗତର ବଡ଼ ନାଁ ସଂତୃପ୍ତ ମିଶ୍ର ନିକଟରେ ବିଜେଡିରେ ଯୋଗ ଦେଇଥିଲେ।

ଏହି ଦୁଇ ନେତା କଟକର ଲୋକ ସଭା ଆସନରୁ ମୁହାଁମୁହିଁ ହୋଇପାରନ୍ତି। ତେବେ ବିଜେଡି ପକ୍ଷରୁ ସଂତୃପ୍ତ ମିଶ୍ରଙ୍କୁ କଟକ ଲୋକ ସଭା ପ୍ରାର୍ଥୀ ଘୋଷଣା କରିସାରିଛି। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ କଟକରୁ ଭାଜପା ପ୍ରାଥୀ ହେବା ପାଇଁ ଭର୍ତ୍ତୃହରିଙ୍କ ନାଁରେ ମୋହର ଲାଗି ସାରିଛି।

ପ୍ରାୟ ୨୪ ବର୍ଷ ପରେ କଟକରେ ବିଜେଡି ଏକ ନୂଆ ଚେହେରାକୁ ଟିକେଟ ଦେଇଛି। ଅନ୍ୟପଟେ ଭର୍ତ୍ତୃହରି ଗତ ଦୁଇବର୍ଷ ହେବ ବିଜେଡିରେ ସକ୍ରିୟ ନଥିଲେ। ପୂର୍ବରୁ ମଧ୍ୟ ଭର୍ତ୍ତୃହରି ଭାଜପାରେ ଯୋଗ ଦେଇପାରନ୍ତି ବୋଲି ଆଲୋଚନା ହେଉଥିଲା।

ସାଧାରଣ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିବା ପରେ ରାଜ୍ୟରେ ରାଜନୈତିକ ମାହୋଲ ସରଗରମ ହୋଇଛି। ଟିକେଟ୍ ଘୋଷଣା ପରେ ୭୨ ବିଧାୟକ ପ୍ରାର୍ଥୀ ଏବଂ ୧୫ ସାଂସଦ ପ୍ରାର୍ଥୀ ସେମାନଙ୍କ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସଂତୃପ୍ତ ମିଶ୍ର କଟକ ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହା ମୋ ପାଇଁ ଏକ ନୂଆ ଯାତ୍ରା ବୋଲି ସଂତୃପ୍ତ କହିଛନ୍ତି।

ରିପୋର୍ଟରେ କୁହାଯାଇଛି ଯେ ତାଙ୍କ ଅଭିଯାନ ମା କଟକ ଚଣ୍ଡୀଙ୍କର ଆଶୀର୍ବାଦରୁ ଆରମ୍ଭ ହୋଇଥିଲା। “ପିଲାଦିନରୁ ମୁଁ ମୋର ସମସ୍ତ କାର୍ଯ୍ୟ ପାଇଁ ସର୍ବଦା ମା କଟକ ଚଣ୍ଡିଙ୍କ ଆଶୀର୍ବାଦ ଲୋଡିଛି। ବର୍ତ୍ତମାନ ମୁଁ ନିଜ ସହରକୁ ଫେରିଛି ଏବଂ ଏଠାରେ ଏକ ନୂତନ କାର୍ଯ୍ୟକ୍ଷେତ୍ର ଆରମ୍ଭ କରିବି” ବୋଲି ସାନ୍ତ୍ରୁପ ମିଶ୍ର ଗଣମାଧ୍ୟମ ସହ ଆଲୋଚନା ବେଳେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri