ଏସ୍‌ପିପିଏଲ୍‌ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨।୨: ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌) ପକ୍ଷରୁ ବାଲେଶ୍ୱର ଜିଲାର ବସ୍ତା ନିକଟସ୍ଥ ସିଙ୍ଗଲାସ୍ଥିତ ପାଠଦୁର୍ଗା ସଂସ୍କୃତ କଲେଜ ପରିସରରେ ଏକ ମେଗା ସ୍ବାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ ଶିବିରରେ ମୋଟ ୮୬୦ ରୋଗୀ ଅଂଶ ଗ୍ରହଣ କରି ମେଡିକାଲ ଯାଞ୍ଚ୍‌ ଓ ଚିକିତ୍ସା ସୁବିଧା ହାସଲ କରିଛନ୍ତି। ଏହି ଅବସରରେ ସିଙ୍ଗଲା ସରପଞ୍ଚ ବିପିନ ବିଶ୍ୱାଳ ଓ ଏସ୍‌ପିପିଏଲ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରକାଶ ସିଂହ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପିପିଏଲ୍‌, ଟାଟା ଷ୍ଟିଲ୍‌ ଫାଉଣ୍ଡେଶନର ବରିଷ୍ଠ ଅଧିକାରୀ ଏବଂ ସିଙ୍ଗଲାର ସଂସ୍କୃତ କଲେଜର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଏସ୍‌ପିପିଏଲ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରକାଶ ସିଂହ କହିଛନ୍ତି, ବାଲିଆପାଳ ଓ ବସ୍ତାର ପାରିପାର୍ଶ୍ୱିକ ଅଞ୍ଚଳର ବାସିନ୍ଦାଙ୍କୁ ସେବା ପ୍ରଦାନ କରିବା ଏବଂ ସେମାନଙ୍କ ପାଖରେ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ନିଶ୍ଚିତ କରିବା ଆମ ପାଇଁ ସୌଭାଗ୍ୟର ବିଷୟ। ଏହା ହେଉଛି ଆମେ ଆୟୋଜନ କରିଥିବା ଚତୁର୍ଥ ସ୍ବାସ୍ଥ୍ୟ ଶିବିର ଏବଂ ଆଗାମୀ ଦିନରେ ଆମେ ଏଭଳି ଆହୁରି ଅଧିକ ଶିବିର ଆୟୋଜନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri