ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର,୧୯।୧୦: ଇଣ୍ଡିଆନ୍‌ ବ୍ୟାଙ୍କର କଟକ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନିକଟରେ କଟକଠାରେ ଆୟୋଜିତ ହୋଇଯାଇଛି। ବ୍ୟାଙ୍କର କର୍ପୋରେଟ୍‌ କାର୍ଯ୍ୟାଳୟ ମହାପ୍ରବନ୍ଧକ (ଆର୍ଥିକ ଅନ୍ତର୍ଭୁକ୍ତୀକରଣ) ଭେଙ୍କଟେଶନଙ୍କ ଅଧ୍ୟକ୍ଷତାରେ ବୈଠକ ପରିଚାଳନା କରାଯାଇଥିଲା। ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ଅରୁଣା ଏମ୍‌, ଆଞ୍ଚଳିକ ପ୍ରବନ୍ଧକ ପି.ଦାଶମହାପାତ୍ର, ଉପ-ଆଞ୍ଚଳିକ ପ୍ରବନ୍ଧକ ମଳୟ ମହାନ୍ତି, ମୁଖ୍ୟ ପ୍ରବନ୍ଧକ ବି.ସେନାପତି, ମୁଖ୍ୟ ପ୍ରବନ୍ଧକ ପି.କେ.ଶତପଥୀ, ନୋଡାଲ ଅଫିସର ସତ୍ୟରଞ୍ଜନ ଦାସଙ୍କ ସମେତ କଟକ ଆଞ୍ଚଳିକ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ।

ଅପରପକ୍ଷରେ ଭେଙ୍କଟେଶନ ଏମ୍‌ ବଛା ବଛା ବିସିଙ୍କୁ ପୁରସ୍କୃତ କରିଥିଲେ ଏବଂ ଭବିଷ୍ୟତରେ ଟାର୍ଗେଟ ହାସଲ କରିବାକୁ ପରାମର୍ଶ ଦେଇଥିଲେ। ଏଥିସହ କଟକର କୁରାଙ୍ଗ ଶାସନଠାରେ ଏକ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଶିବିରର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ଇଣ୍ଡିଆନ୍‌ ବ୍ୟାଙ୍କର ନିକଟବର୍ତ୍ତୀ ୮ଟି ଶାଖାର ହିତାଧିକାରୀମାନେ ଯୋଗଦେଇ ଆର୍ଥିକ ଅନ୍ତର୍ଭୁକ୍ତୀକରଣର ମହାପ୍ରବନ୍ଧକ ଭେଙ୍କଟେଶନ , କ୍ଷେତ୍ର ମହାପ୍ରବନ୍ଧକ ଅରୁଣା ଏମ୍‌ ଏବଂ ଆଞ୍ଚଳିକ ପ୍ରବନ୍ଧକ ପି. ଦାଶମହାପାତ୍ରଙ୍କ ଉପସ୍ଥିତିରେ ସୁରକ୍ଷା ବୀମା ଯୋଜନା ଅଧୀନରେ ନିଜର ନାମାଙ୍କନ କରାଇଥିଲେ। ଉକ୍ତ ବୈଠକରେ ବ୍ୟାଙ୍କର ସମସ୍ତ ଶାଖା ପ୍ରବନ୍ଧକ, ସେବା ପ୍ରଦାନକାରୀ ଏବଂ ସେମାନଙ୍କ ବିସିମାନଙ୍କ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ନେଇ ଏକ ସମ୍ବେଦନଶୀଳ କାର୍ଯ୍ୟକ୍ରମ ନିକଟରେ ଆୟୋଜିତ ହୋଇଯାଇଛି। ସୂଚନାଯୋଗ୍ୟ, ୨୦୨୩ ଅକ୍ଟେବାର ୧ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଗା ଜନ ସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଏଭଳି ବୈଠକର ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri