ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର,୨୧।୧୦: ଇଣ୍ଡିଆନ୍‌ ବ୍ୟାଙ୍କର କଟକ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନିକଟରେ କଟକଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର କର୍ପୋରେଟ୍‌ କାର୍ଯ୍ୟାଳୟ ମହାପ୍ରବନ୍ଧକ (ଆର୍ଥିକ ଅନ୍ତର୍ଭୁକ୍ତୀକରଣ) ଭେଙ୍କଟେଶନଙ୍କ ଅଧ୍ୟକ୍ଷତାରେ ବୈଠକ ପରିଚାଳନା କରାଯାଇଥିଲା। ଉକ୍ତ ବୈଠକରେ ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ଅରୁଣା ଏମ୍‌, ଆଞ୍ଚଳିକ ପ୍ରବନ୍ଧକ ପି.ଦାଶମହାପାତ୍ର, ଉପ-ଆଞ୍ଚଳିକ ପ୍ରବନ୍ଧକ ମଳୟ ମହାନ୍ତି, ମୁଖ୍ୟ ପ୍ରବନ୍ଧକ ବି.ସେନାପତି, ମୁଖ୍ୟ ପ୍ରବନ୍ଧକ ପି.କେ.ଶତପଥୀ, ନୋଡାଲ ଅଫିସର ସତ୍ୟରଞ୍ଜନ ଦାସଙ୍କ ସମେତ କଟକ ଆଞ୍ଚଳିକ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଆର୍ଥିକ ଅନ୍ତର୍ଭୁକ୍ତୀକରଣର ମହାପ୍ରବନ୍ଧକ ଭେଙ୍କଟେଶନ ଏମ୍‌ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ସୁରକ୍ଷା ଯୋଜନାର ଉପକାରିତା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିବାବେଳେ ଶାଖା ପ୍ରବନ୍ଧକଙ୍କ ଜରିଆରେ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଯୋଜନାଗୁଡ଼ିକରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରାଇବାକୁ ଲକ୍ଷ୍ୟ ରଖିଥିଲେ। ଏପରିକି ମହାପ୍ରବନ୍ଧକ ଭେଙ୍କଟେଶନ ଏମ୍‌ ବଛା ବଛା ବିସିଙ୍କୁ ପୁରସ୍କୃତ କରିଥିଲେ ଏବଂ ଭବିଷ୍ୟତରେ ଟାର୍ଗେଟ ହାସଲ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅଭିଯାନ ଅନ୍ତର୍ଗତ ୨୦୦୦ରୁ ଅଧିକ ଆକାଉଣ୍ଟ ଖୋଲାଯାଇଥିଲା। ଏଥିସହ କଟକର କୁରାଙ୍ଗ ଶାସନଠାରେ ଏକ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଶିବିରର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ଇଣ୍ଡିଆନ୍‌ ବ୍ୟାଙ୍କର ନିକଟବର୍ତ୍ତୀ ୮ଟି ଶାଖାର ହିତାଧିକାରୀମାନେ ଯୋଗଦେଇ ଆର୍ଥିକ ଅନ୍ତର୍ଭୁକ୍ତୀକରଣର ମହାପ୍ରବନ୍ଧକ ଭେଙ୍କଟେଶନ , କ୍ଷେତ୍ର ମହାପ୍ରବନ୍ଧକ ଅରୁଣା ଏମ୍‌ ଏବଂ ଆଞ୍ଚଳିକ ପ୍ରବନ୍ଧକ ପି. ଦାଶମହାପାତ୍ରଙ୍କ ଉପସ୍ଥିତିରେ ସୁରକ୍ଷା ବୀମା ଯୋଜନା ଅଧୀନରେ ନିଜର ନାମାଙ୍କନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri