ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌ -୨୦୨୩’ ଆରମ୍ଭ

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ଶନିବାର ଭୁବନେଶ୍ୱର ସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ ଭାଗ ନେବାପାଇଁ ଓଡ଼ିଶାର ପ୍ରମୁଖ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଆସି ପହଞ୍ଚିଛନ୍ତି।

ସକାଳ ସାଢେ ୮ଟାରୁ ରେଜିଷ୍ଟ୍ରେଶନ ହେବା ପରେ ପ୍ରତିଯୋଗୀମାନେ ନିଜ ମେଣ୍ଟରଙ୍କ ସହ ପ୍ରସ୍ତୁତି ଚଳାଇଛନ୍ତି। ଏହି ଇଭେଣ୍ଟର ହୋଷ୍ଟରେ ଅଛନ୍ତି କୁଇଜ ମାଷ୍ଟର ଅଜୟ ପୁନିଆ।

‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟର୍ନିବାହୀ ଆଦ୍ୟାଶା ସତପଥୀ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ୱିନର ବୋଲି କହିଥିଲେ। ସମ୍ପାଦକ ତଥାଗତ ସତପଥୀ ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ, ସମସ୍ତଙ୍କୁ ଦେଖି ଖୁସି ଲାଗୁଛି। ସମସ୍ତଙ୍କ ମୁହଁରେ କିଛି ପରିମାଣରେ ଚାପ ଦେଖାଯାଉଛି। ଏହା ଭଲ। ଜୀବନସାରା ଏହା ରହିବା ଉଚିତ। ଯାହା ତୁମମାନଙ୍କୁ ଭବିଷ୍ୟତରେ ଭଲ ମଣିଷ କରିବାରେ ସାହାଯ୍ୟ କରିବ। ପ୍ରତିଯୋଗିତାରେ ଯିଏ ବିଜୟୀ ନ ହେବେ, ସେମାନେ ବି ନିଜକୁ ବିଜୟୀ ଭାବିବା ଉଚିତ। ଏହି ପ୍ରତିଯୋଗିତା ଜୀବନରେ ଆଗକୁ ଯିବାରେ ସାହାଯ୍ୟ କରିବ ବୋଲି ଆଶା କରୁଛି। କେବଳ ଏହି କାର୍ଯ୍ୟକ୍ରମ ନୁହେଁ ଜୀବନର ସବୁ ପ୍ରତିଯୋଗିତାରେ ସଫଳ ହୁଅ। ଶୋଭନା କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri