ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ

ଭୁବନେଶ୍ୱର,୨୫।୯ : ଇଣ୍ଡିଆନ ବ୍ୟାଙ୍କ ପକ୍ଷରୁ ରବିବାର ଏକ ‘ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ’ ଭୁବନେଶ୍ୱରର କିଟ୍‌ ଅଡିଟୋରିୟମଠାରେ ଅନୁଷ୍ଠିତ ହେଇଯାଇଛି। ରାଜ୍ୟର ୧୬୧୬ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଇଣ୍ଡିଆନ ବ୍ୟାଙ୍କ ପକ୍ଷରୁ ପ୍ରାୟ ୧୦୦.୮୫ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିଲା। ଏ ସମ୍ପର୍କରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇମ୍ରାନ୍‌ ଅମିନ୍‌ ସିଦ୍ଦିକ୍‌ କହିଥିଲେ ବ୍ୟାଙ୍କ ସର୍ବଦା ଗ୍ରାହକଙ୍କ ବିଶ୍ୱାସଭାଜନ ସହ ସେବାରେ ଆସିଥାଏ। ଏପରିକି ବ୍ୟାଙ୍କର କାର୍ଯ୍ୟକଳାପ ଓ ଏସ୍‌ଏଚ୍‌ଜିକୁ ଋଣ ପ୍ରଦାନ କ୍ଷେତ୍ରରେ ବ୍ୟାଙ୍କ କ୍ରମାଗତ ଭାବେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ ଓଡ଼ିଶା ସରକାରଙ୍କ ଇନ୍‌ଷ୍ଟିଚ୍ୟୁଶନାଲ୍‌ ଫାଇନାନ୍ସ ବିଭାଗର ନିର୍ଦ୍ଦେଶିକା ପ୍ରଜ୍ଞାସ୍ମିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଅନ୍ୟ ବରିଷ୍ଠ ଅଧିକାରୀମାନେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଇଣ୍ଡିଆନ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ପ୍ରଦୀପ୍ତ ରଥ, ବ୍ରହ୍ମପୁର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ୟୁ ସି ପାତ୍ର, କଟକ ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ପରିକ୍ଷିତ ଦାସ ମହାପାତ୍ର, ସମ୍ବଲପୁର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ସମ୍ବିତ୍‌ କୁମାର ଏବଂ ବ୍ୟାଙ୍କର କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଶଙ୍କର ରାଜୁ ଭି ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri