କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ ବୋଲି ମୋହନ କହିଛନ୍ତି।

୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି। ଅଧିକ ନିଯୁକ୍ତି ସମ୍ଭାବନା ଥିବା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଓଡ଼ିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ  ମଧ୍ୟ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଯେ କେନ୍ଦୁଝର ଜିଲାରେ ପୂର୍ବ ସରକାରରେ ପାଟଣା ତହସିଲ ଅଞ୍ଚଳରେ ଆର୍ସେଲର ମିତ୍ତଲ, ସଦର ତହସିଲ ଅଞ୍ଚଳର ରାଇସୁଆଁ ନିକଟରେ  ଷ୍ଟାର ଲାଇଟ୍ ଓ ପଳାଶପଙ୍ଗା ନିକଟରେ ଉତ୍ତମ ଗଲଭା ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା କରିବାକୁ  ବୁଝାମଣା ସାକ୍ଷର କରିଥିଲେ। ପରବର୍ତ୍ତୀ ସମୟରେ ଖଣି ନ ମିଳିବାରୁ ଫେରି ଯାଇଥିଲେ। କେନ୍ଦୁଝର ଜିଲାରେ ସୃଦୃଢ଼ ଭିତ୍ତିଭୂମି ରହିଛି।  ଚାରୋଟି ଜାତୀୟ ରାଜପଥ, ଏୟାର ଷ୍ଟ୍ରିପ, ରେଳପଥ ପ୍ରଚୁର କଞ୍ଚାମାଲ ଗଚ୍ଛିତ ରହିଥିବାବେଳେ କୋଇଲା ଖଣି, ବନ୍ଦରକୁ ମଧ୍ୟ ସିଧାସଳଖ ଯିବା ଆସିବା ପାଇଁ ରାଜପଥ ରହିଛି। ଏହା ସତ୍ତ୍ଵେ ଏଠାରେ ବୃହତ୍ ଶିଳ୍ପ ପ୍ରତିଷ୍ଠା ହୋଇ ପାରିନାହିଁ। ଏଣୁ ଖଣି ଥିବା କମ୍ପାନୀଙ୍କୁ ବୃହତ୍ ଶିଳ୍ପ ପାଇଁ ପ୍ରସ୍ତାବ ଦେଲେ ସୁବିଧା ହେବ ବୋଲି ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri