ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ଝାରସୁଗୁଡ଼ା, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝର। ୨୧୭ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଜରିଆରେ ୬୯୧ ଗ୍ରାମର ବାସିନ୍ଦା ଉପକୃତ ହୋଇପାରିବେ। ଏଥିପାଇଁ ୮୫୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବାବେଳେ ୪୭୨.୮୯ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ମେଗା ଜଳଯୋଗାଣ ପ୍ରକଳ୍ପ ପାଇଁ ୪ ଠିକାସଂସ୍ଥା ଯଥା ନାଗାର୍ଜୁନ କନଷ୍ଟ୍ରକ୍ସନ କମ୍ପାନୀ(ଏନ୍‌ସିସି) ଲିଃ, ଏଲ୍‌ଆଣ୍ଡଟି, ଏମ୍‌ଇଆଇଏଲ୍‌ ଓ ଭୋଲଟାସ୍‌କୁ ଇପିସି ମୋଡ୍‌ରେ ନିର୍ମାଣ ଦାୟିତ୍ୱ ଦିଆଯାଇଛି। ୩୦ା୧୧ା୨୦୨୦ ସୁଦ୍ଧା ସେଥିରୁ ୨୦୩ କ୍ଷୁଦ୍ର ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାବେଳେ ୧୮ଟି ମେଗା ଜଳଯୋଗାଣ ପ୍ରକଳ୍ପ ମଧ୍ୟରୁ ଗୋଟିଏ ବି ସମ୍ପୂର୍ଣ୍ଣ ହୋଇପାରିନାହିଁ। କାର୍ଯ୍ୟ ଆରମ୍ଭ ହେବାର ୨ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଥିଲା, ଯାହାକି ଅତିବାହିତ ହୋଇଯାଇଛି। ଫଳରେ ଆସନ୍ତା ଗ୍ରୀଷ୍ମ ମାସ ପୂର୍ବରୁ ଶୁଦ୍ଧ ପାନୀୟ ଜଳ ପାଇବା ଆଶା ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ମଉଳିଯାଇଛି ବୋଲି ମତପ୍ରକାଶ ପାଇଛି।
ସରକାରୀ ନିୟମ ଅନୁସାରେ ଖଣି ସଂସ୍ଥାଗୁଡ଼ିକ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କଥାକୁ ଭୁଲିଯାଇଥିଲେ। ସରକାରଙ୍କ ଦ୍ୱାରା ପ୍ରଣିତ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ଏବଂ ଓଏମ୍‌ବିଏଡିସି ପାଣ୍ଠି ମଧ୍ୟ ସୁଚାରୁରୂପେ ବିନିଯୋଗ ହୋଇ ପାରି ନ ଥିଲା। ଫଳରେ ଯାଜପୁର ଜିଲାର ଖଣି ପ୍ରଭାବିତ ସୁକିନ୍ଦା ବ୍ଲକର ନଗଡ଼ା ଭଳି ଚିତ୍ର ସାମ୍ନାକୁ ଆସିଥିଲା। ଏହାପରେ ଗତ କିଛି ବର୍ଷ ହେଲା ଡିଏମ୍‌ଏଫ୍‌ ଏବଂ ଓଏମ୍‌ବିଏଡିସି ପାଣ୍ଠି ବିନିଯୋଗ କଥା ଶୁଣିବାକୁ ମିଳୁଛି। ଏହି କ୍ରମରେ ଅନୁଗୋଳ ଜିଲାର ୯୫, ଢେଙ୍କାନାଳରେ ୪, ମୟୂରଭଞ୍ଜରେ ୧୭, କୋରାପୁଟରେ ୫୮, ଝାରସୁଗୁଡ଼ାରେ ୮, ଯାଜପୁରରେ ୨, ସୁନ୍ଦରଗଡ଼ରେ ୨ ଓ କେନ୍ଦୁଝରରେ ୨୬ଟି କ୍ଷୁଦ୍ର ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ଗତ ୫ ବର୍ଷ ହେବ ୩୫୪ ଗ୍ରାମର ବାସିନ୍ଦାଙ୍କ ପାଇଁ ୩୨ଟି ପ୍ରଥମ ପର୍ଯ୍ୟାୟ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯାଇଛି। ସେଥିରୁ ଗୋଟିଏ ବି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇପାରି ନ ଥିବାବେଳେ ୧୮ଟି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ୪୪୭୮.୬୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବାବେଳେ ୧୮୨୬.୧୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେଥିରୁ ୧୨୭୭.୭୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ ବିନିଯୋଗ ପତ୍ର(ୟୁସି) ଦାଖଲ ହୋଇଛି। ହେଲେ ଗୋଟିଏ ବି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇ ପାରିନାହିଁ। ସେଗୁଡ଼ିକ ହେଲା ହାଟଡିହି, ଚମ୍ପୁଆ, ହରିଚନ୍ଦନପୁର, ରାଇରଙ୍ଗପୁର, କୁସୁମୀ, ଯଶିପୁର, ହେମଗିର, କୁତ୍ରା, ରାଜଗାଙ୍ଗପୁର, ଗୁରୁଣ୍ଡିଆ, କୋଇଡା, ଲହୁଣିପଡା, କୁଆଁରମୁଣ୍ଡା, ନୂଆଗାଁ, ସୁକିନ୍ଦା ୧, ସୁକିନ୍ଦା ୨। ଏହାବାଦ୍‌ ସୁନ୍ଦରଗଡ଼ ଜିଲାର ୧୨୨ ଗ୍ରାମ ଓ କେନ୍ଦୁଝରର ୧୧୫ ଗ୍ରାମର ବାସିନ୍ଦାଙ୍କ ପାଇଁ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରୁ କେତେକ ପ୍ରକଳ୍ପରେ ସମ୍ପୃକ୍ତ ଠିକାସଂସ୍ଥା ଦ୍ୱାରା ଚଞ୍ଚକତା କରି ନିମ୍ନମାନର ନିର୍ମାଣ ସାମଗ୍ରୀ ବ୍ୟବହାର ହେଉଥିବା ନେଇ ପୂର୍ବରୁ ମାନ ଯାଞ୍ଚକାରୀ ଅଥରିଟି ଇଞ୍ଜିନିୟର୍ସ ପକ୍ଷରୁ ରିପୋର୍ଟ ଦିଆଯାଇଛି। ଉପରୋକ୍ତ ତଥ୍ୟକୁ ଅବଲୋକନ କଲେ କ୍ଷୁଦ୍ର ଓ ମେଗା ଜଳଯୋଗାଣ ପ୍ରକଳ୍ପରେ ଖଣି ସମୃଦ୍ଧ ଯାଜପୁର ଜିଲାକୁ ଉପେକ୍ଷା କରାଯାଇଥିବା ମନେହେଉଛି। ଏ ସଂକ୍ରାନ୍ତରେ ଯାଜପୁର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ନିର୍ବାହୀ ଯନ୍ତ୍ରୀ ଅମିୟ କୁମାର ପରିଜାଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ତାଙ୍କ ମୋବାଇଲ ଫୋନ୍‌ ସୁଇଚ୍‌ ଅଫ୍‌ ଦର୍ଶାଇଥିଲା।

ହର୍ଷବର୍ଦ୍ଧନ ବେହେରା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?