୩ ବର୍ଷ ବିତିଲା, ସରୁନି ମେଗା ଜଳଯୋଗାଣ ପ୍ରକଳ୍ପ

ବୋଲଗଡ଼,୨୫ା୪(ଡି.ଏନ୍‌.ଏ.): ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏବଂ ଠିକାସଂସ୍ଥାର ଅବହେଳା ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁନି। ଫଳରେ ଲୋକେ ପାଇପ୍‌ ଯୋଗେ ପାନୀୟଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ବ୍ଲକ ଅନ୍ତର୍ଗତ ପାଟପୁରଶାସନ ପଞ୍ଚାୟତ ସାନନୟାପଲ୍ଲୀରେ ନିର୍ମାଣ ହେଉଥିବା ମେଗା ପାଇପ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ ୩ବର୍ଷ ବିତିଥିଲେ ମଧ୍ୟ କାର୍ଯ୍ୟ ସରିନାହିଁ। ଫଳରେ ବୋଲଗଡ଼ ଓ ବେଗୁନିଆ ବ୍ଲକର ମୋଟ୍‌ ୩୫ ପଞ୍ଚାୟତବାସୀ ପାଇପ୍‌ ପାଣି ପାଇବାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଯେ, ବୋଲଗଡ଼ ଓ ବେଗୁନିଆ ବ୍ଲକ ଅଞ୍ଚଳର ବହୁ ଗ୍ରାମରେ ପାନୀୟଜଳ ସମସ୍ୟା ବର୍ଷ ବର୍ଷ ଧରି ଲାଗିରହିଛି। ଉକ୍ତ ଅଞ୍ଚଳରେ ପାନୀୟଜଳ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପକ୍ଷରୁ ୨୫୪କୋଟି ୮୨ଲକ୍ଷ ଟଙ୍କାର ମେଗା ଜଳଯୋଗାଣ ପ୍ରକଳ୍ପର ଆରମ୍ଭ ହୋଇଥିଲା। ୨୦୧୯ରୁ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ରେ ଏହା କାର୍ଯ୍ୟକ୍ଷମ ହେବା ନେଇ ସ୍ଥିର ହୋଇଥିଲା। ଏହି ପ୍ରକଳ୍ପ ହେଲେ ବୋଲଗଡ଼ ବ୍ଲକର ୧୯ ପଞ୍ଚାୟତବାସୀ ଓ ବେଗୁନିଆ ବ୍ଲକର ୧୬ ପଞ୍ଚାୟତବାସୀ ଉପକୃତ ହେବେ। ତେବେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଛି ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି। ତୁରନ୍ତ ପ୍ରଶାସନ ଓ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ସହ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ବୋଲଗଡ଼ ବ୍ଲକ ଗ୍ରାମ୍ୟ ଜଳଯୋଗାଣ ବିଭାଗର କନିଷ୍ଠଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ କହିଛନ୍ତି, ବିଭିନ୍ନ ସମସ୍ୟା ଯୋଗୁ କାର୍ଯ୍ୟ ଶେଷ ହୋଇପାରିନାହିଁ। ପ୍ରକଳ୍ପ ନିର୍ମାଣ ଅବଧିକୁ ନଭେମ୍ବର ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?