ବରୀ, କୋରେଇ ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ବରୀ ବ୍ଲକର ୮୯ ଗ୍ରାମ ଓ କୋରେଇ ବ୍ଲକର ୧୫୮ ଗ୍ରାମ ପାଇଁ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ କୋରେଇ ବ୍ଲକ ପାଇଁ ୧୩୮.୬୯ କୋଟି ଏବଂ ବରୀ ବ୍ଲକ ପାଇଁ ୧୫୭.୪୮ କୋଟି ଭାବେ ମୋଟ ୨୯୬.୬୯ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଏନେଇ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗତ ୧୫ ତାରିଖରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀଙ୍କୁ ସୂଚିତ କରାଯାଇଛି। ଏହି ପ୍ରକଳ୍ପଦ୍ୱୟ କାର୍ଯ୍ୟକାରୀ ହେଲେ ବରୀ ଓ କୋରେଇ ବ୍ଲକରେ ଲାଗି ରହିଥିବା ପାନୀୟ ଜଳ ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷେ ପୂର୍ବରୁ ନିର୍ମାଣାଧୀନ ୬ଟି ମେଗା ଜଳ ଯୋଗାଣ ପ୍ରକଳ୍ପରୁ ଗୋଟିଏ ବି ଶେଷ ହୋଇ ନଥିବାରୁ ସମ୍ପୃକ୍ତ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। କାର୍ଯ୍ୟରେ ବିଳମ୍ବ ଦେଖାଇ ଠିକାସଂସ୍ଥା ଏସ୍କାଲେଶନ ବିଲ ପାଇବାରେ ମଧ୍ୟ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ସୁକିନ୍ଦା ବ୍ଲକର ୩୭ଟି ଗ୍ରାମକୁ ୭୯.୫୬ କୋଟି ଟଙ୍କା, ବଡଚଣା ଓ ଧର୍ମଶାଳା ବ୍ଲକ ପାଇଁ ୩୫୧.୪୪ କୋଟି ଟଙ୍କା, ଦଶରଥପୁର ବ୍ଲକର ୩୫ଟି ଗ୍ରାମ ପଞ୍ଚାୟତ ପାଇଁ ୧୯୧.୮୫ କୋଟି ଟଙ୍କା, ସୁକିନ୍ଦା ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପ୍ରଥମ ପ୍ରକଳ୍ପ ନିମନ୍ତେ ୧୦୬.୯୧ କୋଟି ଟଙ୍କା ଏବଂ ଦ୍ୱିତୀୟ ପ୍ରକଳ୍ପ ଲାଗି ୩୪.୪୬ କୋଟି ଟଙ୍କା ମଞ୍ଜୁର ହୋଇ ନିର୍ମାଣାଧୀନ ରହିଛି। ଏହିସବୁ ମେଗା ଜଳଯୋଗାଣ ପ୍ରକଳ୍ପକୁ ଅଣଓଡ଼ିଆ ଠିକାସଂସ୍ଥା ପକ୍ଷରୁ ନିର୍ମାଣ କରାଯାଉଛି। ସେମାନଙ୍କ ଉପରେ ବିଭାଗୀୟ ଅଧିକାରୀଙ୍କ କୌଣସି କର୍ତ୍ତୃତ୍ୱ ରହୁ ନ ଥିବାରୁ ମନମାନି କାମ ହେଉଛି। ଫଳରେ ବର୍ଷ ବର୍ଷ ଧରି କାମ ପଡ଼ି ରହୁଛି ବୋଲି ଅଭିଯୋଗ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri