Posted inଜାତୀୟ

ମେଘାଳୟ-ନାଗାଲାଣ୍ଡବାସୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅପିଲ କଲେ ଶାହା କହିଲେ ଭ୍ରଷ୍ଟାଚାର ମୁକ୍ତ ସରକାର ବାଛ

ନୂଆଦିଲ୍ଲୀ,୨୭ ।୨: ମେଘାଳୟ ଓ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ଭୋଟ ଗ୍ରହଣ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିବ । ଦୁଇଟି ରାଜ୍ୟ ପାଇଁ ମୋଟ ୧୧୮ ଆସନ ଲାଗି ଭୋଟ ଗ୍ରହଣ କରାଯାଛି । ମେଘାଳୟର ୫୯ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଥିବା ବେଳେ ନାଗାଲାଣ୍ଡରେ ବି ୫୯ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ଉଭୟ ରାଜ୍ୟର ଫଳାଫଳ ୨ ମାର୍ଚ୍ଚକୁ ଆସିବ ।
ଏହି କ୍ରମରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଭୟ ରାଜ୍ୟର ଭୋଟରଙ୍କୁ ବହୁ ସଂଖ୍ୟାରେ ମତଦାନ କରିବାକୁ ଅପିଲ କରିଛନ୍ତି । ଶାହା ଟୁଇଟ କରି ଲେଖିଛନ୍ତି, ନାଗାଲାଣ୍ଡରେ ଆଜି ଭୋଟ ଗ୍ରହଣ କରାଯାଉଛି । ମୁଁ ନାଗାଲାଣ୍ଡର ଭଉଣୀ-ଭାଇଙ୍କୁ ସୁନିଶ୍ଚିତ କରିବାକୁ ଚାହୁଁଛି କି ଯେଉଁ ଶ।।ନ୍ତି ପ୍ରକ୍ରିୟା ଆଗରୁ ଆରମ୍ଭ ହୋଇ ସାରିଛି ଏହାକୁ ଯେମିତି କୌଣସି ବାଧା ନ ଆସେ । ଶାନ୍ତି ହିଁ ନାଗାଲାଣ୍ଡକୁ ଏହାର ପ୍ରଗତି ଓ ବିକାଶର ଲକ୍ଷ୍ୟସ୍ଥଳରେ ପହଞ୍ଚାଇ ପାରିବ ।
ସେହିପରି ମେଘାଳୟବାସୀଙ୍କୁ ଶାହା ଅନୁରୋଧ କରିଛନ୍ତି ଭ୍ରଷ୍ଟାଚାର ମୁକ୍ତ ସରକାର ନିର୍ବାଚିତ କରନ୍ତୁ । ସ୍ୱଚ୍ଛ ଶାସନ ହିଁ ସ୍ପଷ୍ଟ କରିବ ଯେ ସରକାରୀ ଯୋଜନା ଗରିବରୁ ଗରିବଙ୍କ ପଯ୍ୟନ୍ତ ପହଞ୍ଚିବ ଓ ସେମାନଙ୍କ ଜୀବନରେ ସମୃଦ୍ଧି ଆଣିବ । ତେଣୁ ବହୁ ସଂଖ୍ୟାରେ ମତଦାନ କରନ୍ତୁ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ମେଘାଳୟ ଓ ନଗାଲାଣ୍ଡବାସୀଙ୍କୁ ଭୋଟିଂ ପ୍ରକ୍ରିୟାରେ ବହୁ ସଂଖ୍ୟାରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି । ପିଏମ ଟୁଇଟ କରି ଲେଖିଛନ୍ତି, ମେଘାଳୟ ଓ ନାଗାଲାଣ୍ଡର ଜନତା ବିଶେଷ ଭାବେ ଯୁବକ ଓ ନୂଆ ଭୋଟର ଆଜି ଭୋଟ ଗ୍ରହଣରେ ରେକର୍ଡ ସଂଖ୍ୟାରେ ମତଦାନ କରିବେ ବୋଲି ଆଶା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?